Masthead

ବିଭାଗ ବଣ୍ଟନ ପରେ ଦାୟିତ୍ବ ଗ୍ରହଣ କଲେ ଅଶ୍ୱିନୀ ବୈଷ୍ଣବ ଓ ଏସ୍. ଜୟଶଙ୍କର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ବିଭାଗ ବଣ୍ଟନ ପରେ ଦାୟିତ୍ବ ଗ୍ରହଣ କଲେ କେନ୍ଦ୍ରମନ୍ତ୍ରୀ । ବୈଦେଶିକ ମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ଏସ୍‌. ଜୟଶଙ୍କର । ରେଳ ମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କଲେ ଅଶ୍ବିନୀ ବୈଷ୍ଣବ । ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ଭାବେ ମଧ୍ୟ ଶପଥ ନେଲେ ବୈଷ୍ଣବ ।ରେଳ ମନ୍ତ୍ରାଳୟରେ ଅଶ୍ୱିନୀ ବୈଷ୍ଣବଙ୍କୁ ଫୁଲ ତୋଡା ଓ କରତାଳି ସହ ସ୍ୱାଗତ କରାଯାଇଛି । ଦାୟିତ୍ୱ ନେବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଦେଶବାସୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପରେ ଭରସା କରିଛନ୍ତି । ରେଳ ବିଭାଗ ଆଗରେ ଆଗକୁ ଅନେକ ଆହ୍ୱାନ ଅଛି । ଗତ ୧୦ ବର୍ଷରେ ମୋଦୀ ସରକାର ରେଳ ବିଭାଗକୁ ଅନେକ ଆଗକୁ ନେଇଛନ୍ତି । ଏହି ପ୍ରକ୍ରିୟା ଆଗାମୀ ଦିନରେ ବି ଜାରି ରହିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।

ସେହିପରି କେନ୍ଦ୍ରମନ୍ତ୍ରୀ ଏସ୍. ଜୟଶଙ୍କର ମଧ୍ୟ ନିଜ ମନ୍ତ୍ରାଳୟରେ ପହଞ୍ଚି ଦାୟିତ୍ୱ ନେଇଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ଦାୟିତ୍ୱ ଦ୍ୱିତୀୟ ଥର ପାଇଁ ଗ୍ରହଣ କରିଛନ୍ତି ଜୟଶଙ୍କର । ଦାୟିତ୍ୱ ଗ୍ରହଣ କରିବା ପରେ ଜୟଶଙ୍କର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରତିନିଧିତ୍ୱରେ ଭାରତର ବୈଦେଶିକ ନୀତି ଅନେକ ଆଗକୁ ଯାଇଛି । ତୃତୀୟ ଥର ପାଇଁ ଭାରତର ନେତୃତ୍ୱ ନେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆଗକୁ ଭାରତର ବୈଦେଶିକ ନୀତି ଆହୁରି ସଫଳ ହେବ ବୋଲି ଆଶା ରଖିଛନ୍ତି ଜୟଶଙ୍କର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି