ବିଭାଗ ବଣ୍ଟନ ପରେ ଦାୟିତ୍ବ ଗ୍ରହଣ କଲେ ଅଶ୍ୱିନୀ ବୈଷ୍ଣବ ଓ ଏସ୍. ଜୟଶଙ୍କର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ବିଭାଗ ବଣ୍ଟନ ପରେ ଦାୟିତ୍ବ ଗ୍ରହଣ କଲେ କେନ୍ଦ୍ରମନ୍ତ୍ରୀ । ବୈଦେଶିକ ମନ୍ତ୍ରୀ ଭାବେ ଦାୟିତ୍ବ ନେଲେ ଏସ୍‌. ଜୟଶଙ୍କର । ରେଳ ମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କଲେ ଅଶ୍ବିନୀ ବୈଷ୍ଣବ । ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ଭାବେ ମଧ୍ୟ ଶପଥ ନେଲେ ବୈଷ୍ଣବ ।ରେଳ ମନ୍ତ୍ରାଳୟରେ ଅଶ୍ୱିନୀ ବୈଷ୍ଣବଙ୍କୁ ଫୁଲ ତୋଡା ଓ କରତାଳି ସହ ସ୍ୱାଗତ କରାଯାଇଛି । ଦାୟିତ୍ୱ ନେବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଦେଶବାସୀ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପରେ ଭରସା କରିଛନ୍ତି । ରେଳ ବିଭାଗ ଆଗରେ ଆଗକୁ ଅନେକ ଆହ୍ୱାନ ଅଛି । ଗତ ୧୦ ବର୍ଷରେ ମୋଦୀ ସରକାର ରେଳ ବିଭାଗକୁ ଅନେକ ଆଗକୁ ନେଇଛନ୍ତି । ଏହି ପ୍ରକ୍ରିୟା ଆଗାମୀ ଦିନରେ ବି ଜାରି ରହିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।

ସେହିପରି କେନ୍ଦ୍ରମନ୍ତ୍ରୀ ଏସ୍. ଜୟଶଙ୍କର ମଧ୍ୟ ନିଜ ମନ୍ତ୍ରାଳୟରେ ପହଞ୍ଚି ଦାୟିତ୍ୱ ନେଇଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ଦାୟିତ୍ୱ ଦ୍ୱିତୀୟ ଥର ପାଇଁ ଗ୍ରହଣ କରିଛନ୍ତି ଜୟଶଙ୍କର । ଦାୟିତ୍ୱ ଗ୍ରହଣ କରିବା ପରେ ଜୟଶଙ୍କର କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରତିନିଧିତ୍ୱରେ ଭାରତର ବୈଦେଶିକ ନୀତି ଅନେକ ଆଗକୁ ଯାଇଛି । ତୃତୀୟ ଥର ପାଇଁ ଭାରତର ନେତୃତ୍ୱ ନେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆଗକୁ ଭାରତର ବୈଦେଶିକ ନୀତି ଆହୁରି ସଫଳ ହେବ ବୋଲି ଆଶା ରଖିଛନ୍ତି ଜୟଶଙ୍କର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!