Masthead

ଅସିତ ତ୍ରିପାଠୀ ହେଲେ ସଭାପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) :   ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବର ସଭାପତି ନିର୍ବାଚିତ ହୋଇଛନ୍ତି । ସେ ଅନ୍ୟତମ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ମୋଟ ୨୭୮ ଭୋଟରେ ହରାଇଛନ୍ତି । ନିର୍ବାଚନରେ ଅସିତଙ୍କୁ ମୋଟ ୭୭୬ଟି ଭୋଟ ମିଳିଥିଲା । ସେହିପରି ବିଜୟ ପଟ୍ଟନାୟକଙ୍କୁ ୪୮୯ଟି ଭୋଟ ମିଳିଥିଲା ।

ନୂତନ ଭାବେ କ୍ଲବର ସଭାପତି  ନିର୍ବାଚନ ଜିତିଥିବା ଅସିତ ତ୍ରିପାଠୀ କହିଛନ୍ତି, ଏହା ଏକ ୭୦ ବର୍ଷରୁ ଅଧିକ ସମୟର । କିନ୍ତୁ ଯେଉଁ ଉଦ୍ଦେଶ୍ୟରେ ଏହି କ୍ଲବ ଗଠନ କରାଯାଇଥିଲା ତାର ଉଦ୍ଦେଶ୍ୟ ପୂରଣ ହୋଇପାରି ନାହିଁ । ସେ ଆହୁରି କହିଛନ୍ତି ଏହି କ୍ଲବ ୭୧ ବର୍ଷ ତଳେ ଗଠନ ହୋଇଥିଲା । ଏଥିରେ ଏବେ ରାଜନେତା, ଆଇଏଏସ୍ ଓ ଶିଳ୍ପପତିମାନେ ସଦସ୍ୟ ଅଛନ୍ତି ।

ତେବେ ସୂଚନା ଅନୁଯାଇ ଗତ ବର୍ଷ ଡିସେମ୍ବର ୩୧ରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଥିଲେ ଅସିତ । ପରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଛନ୍ତି । ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷି, ଶିଳ୍ପ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ସେ କାର୍ଯ୍ୟ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ