Masthead

ଅସିତ ତ୍ରିପାଠୀ ହେଲେ ସଭାପତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) :   ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବର ସଭାପତି ନିର୍ବାଚିତ ହୋଇଛନ୍ତି । ସେ ଅନ୍ୟତମ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ମୋଟ ୨୭୮ ଭୋଟରେ ହରାଇଛନ୍ତି । ନିର୍ବାଚନରେ ଅସିତଙ୍କୁ ମୋଟ ୭୭୬ଟି ଭୋଟ ମିଳିଥିଲା । ସେହିପରି ବିଜୟ ପଟ୍ଟନାୟକଙ୍କୁ ୪୮୯ଟି ଭୋଟ ମିଳିଥିଲା ।

ନୂତନ ଭାବେ କ୍ଲବର ସଭାପତି  ନିର୍ବାଚନ ଜିତିଥିବା ଅସିତ ତ୍ରିପାଠୀ କହିଛନ୍ତି, ଏହା ଏକ ୭୦ ବର୍ଷରୁ ଅଧିକ ସମୟର । କିନ୍ତୁ ଯେଉଁ ଉଦ୍ଦେଶ୍ୟରେ ଏହି କ୍ଲବ ଗଠନ କରାଯାଇଥିଲା ତାର ଉଦ୍ଦେଶ୍ୟ ପୂରଣ ହୋଇପାରି ନାହିଁ । ସେ ଆହୁରି କହିଛନ୍ତି ଏହି କ୍ଲବ ୭୧ ବର୍ଷ ତଳେ ଗଠନ ହୋଇଥିଲା । ଏଥିରେ ଏବେ ରାଜନେତା, ଆଇଏଏସ୍ ଓ ଶିଳ୍ପପତିମାନେ ସଦସ୍ୟ ଅଛନ୍ତି ।

ତେବେ ସୂଚନା ଅନୁଯାଇ ଗତ ବର୍ଷ ଡିସେମ୍ବର ୩୧ରେ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଥିଲେ ଅସିତ । ପରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଛନ୍ତି । ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷି, ଶିଳ୍ପ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ସେ କାର୍ଯ୍ୟ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ