Masthead

ଜାରି ହେଲା ବିଜେଡିର ନିର୍ବାଚନୀ ଇସ୍ତାହାର

ଆସିକା (ବଡ଼ ଖବର ବ୍ୟୁରୋ): ବିଜୁ ଜନତା ଦଳ ଗତକାଲି ନିର୍ବାଚନୀ ଇସ୍ତାହାର ଜାରି କରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ଇସ୍ତାହାର ଲୋକଙ୍କ ସାମ୍ନାରେ ରଖିଛନ୍ତି । ଏହି ମେନିଫେଷ୍ଟୋ ଓଡ଼ିଶାରେ ଇତିହାସ ଲିପିବଦ୍ଧ କରିବ ବୋଲି ସେ କହିଛନ୍ତି । ଗତ ୨୪ ବର୍ଷ ମଧ୍ୟରେ ବିଜେଡି ସରକାର ଓଡ଼ିଶାକୁ ଏକ ଗରିବ, କ୍ଷୁଧା ପ୍ରବଣ, ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା କବଳିତ ପଛୁଆ ରାଜ୍ୟରୁ ଆଧୁନିକ ଅଭିବୃଦ୍ଧି, ସଂସ୍କୃତି ଏବଂ ଅସ୍ମିତାର ପରିଚୟ ଭିତିକ ରାଜ୍ୟରେ ପରିଣତ କରିପାରିଛି । ପ୍ରଭୁ ଜଗନ୍ନାଥଙ୍କ କୃପା ଏବଂ ଜନସାଧାରଣଙ୍କ ଆଶୀର୍ବାଦ ସହିତ ଏହି ଲୋକାଭିମୂଖୀ ମେନିଫେଷ୍ଟୋରେ ଉପସ୍ଥାପିତ ହୋଇଥିବା ଗ୍ୟାରେଟିଂ ଗୁଡିକ ୫ଟି ଗଭର୍ଣ୍ଣାନ୍ସ ମାଧ୍ୟମରେ କାର୍ଯ୍ୟକାରୀ ହେବ ।

ଓଡ଼ିଶା ଗଠନର ଶେହ ବର୍ଷ ପାଳନ କରିବାର ୨ ବର୍ଷ ପୂର୍ବରୁ ୨୦୩୪ ସୁଦ୍ଧା ଓଡିଶାକୁ ସମସ୍ତ ସହଯୋଗ ଓ ଦୃଢ ନେତୃତ୍ୱ ବଳରେ ସମସ୍ତ କ୍ଷେତ୍ରରେ ଅଭିବୃଦ୍ଧି ଏବଂ ବିକାଶରେ ଏକ ନମ୍ବର ରାଜ୍ୟର ମାନ୍ୟତା ପ୍ରଦାନ କରିବ ବୋଲି ପ୍ରତିଶୃତି ମିଳିଛି । ଓଡ଼ିଶାରେ ଶହେ ୟୁନିଟ ପର୍ଯ୍ୟନ୍ତ ବିଜୁଳି ବ୍ୟବହାର ଉପରେ ଗ୍ରାହକମାନେ ରିହାତି ପାଇବେ । ଓଡ଼ିଶାରେ ଏବେ ୭୫ ପ୍ରତିଶତ ପରିବାର ୧୦୦ ୟୁନିଟରୁ କମ ବିଜୁଳି ବ୍ୟବହାର କରୁଥିବାରୁ ବହୁ ସଂଖ୍ୟାରେ ଲୋକ ଏହା ଦ୍ୱାରା ଉପକୃତ ହେବେ । ବିଜେଡି ସରକାର ତାର ନିର୍ବାଚନୀ ଇସ୍ତାହାରରେ ଏପରି ପ୍ରତିଶ୍ରୁତି ପ୍ରଦାନ କରିଥିବା ଜଣାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼