Masthead

ଆଜି ପୁଣି ଓଡ଼ିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସିବେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା । ନିର୍ବାଚନ ପ୍ରଚାରକୁ ଶାଣିତ କରିବା ଏବଂ ରାଜ୍ୟ ବିଜେପିକୁ ବଳ ଦେବାକୁ ଓଡ଼ିଶା ଆସୁଛନ୍ତି ହେମନ୍ତ ବିଶ୍ୱଶର୍ମା । ଅପରାହ୍ନ ୨ଟା ୩୦ରେ ଭୁବନେଶ୍ୱର ସ୍ୱସ୍ତି ପ୍ରିମିୟମ ହୋଟେଲରେ ‘ବିଶେଷ ସମ୍ପର୍କ ଅଭିଯାନ’ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ଓଡ଼ିଶାରୁ ପ୍ରତ୍ୟାବର୍ତନ କରିଯିବେ। ଏନେଇ ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି । ଏହା ପୂର୍ବରୁ ଗତ ୯ ତାରିଖରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଆଜି ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମାଥିଲି, ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଓ ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଏମ୍‌ପିଭି-୮୨ ଠାରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଥିଲେ।

ବିଜେପି ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବା ସହ ସେ ଭୋଟ ମାଗିଥିଲେ। ଖଲ୍ଲିକୋଟ ବିଜୟ ସଂକଳ୍ପ ଅଭିଯାନରେ ଯୋଗ ଦେଇ ଶ୍ରୀ ବିଶ୍ବଶର୍ମା କହିଲେ, ଓଡ଼ିଶା ୨୫ ବର୍ଷ ହେଲା ଗୋଟିଏ ସରକାରକୁ ଶାସନର ସୁଯୋଗ ଦେଇଆସୁଛି। କିନ୍ତୁ ବିଜେପିକୁ ଥରେ ସୁଯୋଗ ଦେଲେ ଓଡ଼ିଶାରେ ବିକାଶ ଦୁଇଗୁଣା ହେବ। ସଂପ୍ରତି ଦେଶର ଅନ୍ୟାନ୍ୟ ରାଜ୍ୟରେ ବିଜେପି କ୍ଷମତାସୀନ ହୋଇପାରିଛି। ଓଡ଼ିଶାରେ ବି ଏଥର ପରିବର୍ତ୍ତନର ହାୱା ବହୁଛି। ବିଜେପି ନିଶ୍ଚିତ ଭାବେ ସରକାର ଗଢ଼ିବ ବୋଲି ହିମନ୍ତ ଦୃଢ଼ୋକ୍ତି ପ୍ରକାଶ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା