Masthead

ବାଚସ୍ପତିଙ୍କ କରୋନା ଟେଷ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୦ ତାରିଖରେ ବସିବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେସନ । କରୋନା କଟକଣା ଭିତରେ ଚାଲିବ ଅଧିବେସନ । ପୂର୍ବ ଅଧିବେସନରେ ୬୦ ବର୍ଷରୁ ଅଧିକ ସଦସ୍ୟମାନେ ଯୋଗଦେଇନଥିଲେ । ସେମାନେ ଘରେ ରହି ଇଣ୍ଟରନେଟ୍ ମାଧ୍ୟମରେ କାର୍ଯ୍ୟ ତୁଳାଇଥିଲେ ।

କରୋନା ନିୟମ ଅନୁସାରେ, ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ଚାଲିବ କୋଭିଡ୍ ଟେଷ୍ଟ । ଆଜି ସକାଳେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ନମୁନା ସଂଗ୍ରହ କରାଯାଇଛି । ପରେ ମନ୍ତ୍ରୀ ଓ ବିଧାୟକମାନଙ୍କର ନମୁନା ସଂଗ୍ରହ କରାଯାଉଛି । ଏପରିକି ବିଧାନସଭାର ବିବରଣୀ ସଂଗ୍ରହ ପାଇଁ ଅନୁମତି ପାଇଥିବା ସାମ୍ବାଦିକମାନଙ୍କର ମଧ୍ୟ କରୋନା ଟେଷ୍ଟ କରାଯିବ । ବିଧାନସଭା କର୍ମଚାରୀମାନେ ମଧ୍ୟ ଏଥିରୁ ବାଦ ଯାଇନାହାନ୍ତି । ୩ ଦିନ ମଧ୍ୟରେ ସରିବ ଏହି ପ୍ରକ୍ରିୟା । ଯେଉଁମାନଙ୍କର ରିପୋର୍ଟ ନେଗେଟିଭ୍ ଆସିବ ସେମାନେ ବିଧାନସଭା ଅଧିବେସନରେ ଭାଗନେଇ ପାରିବେ ବୋଲି ବାଚସ୍ପତି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ