Masthead

ବାଚସ୍ପତିଙ୍କ କରୋନା ଟେଷ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୦ ତାରିଖରେ ବସିବ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେସନ । କରୋନା କଟକଣା ଭିତରେ ଚାଲିବ ଅଧିବେସନ । ପୂର୍ବ ଅଧିବେସନରେ ୬୦ ବର୍ଷରୁ ଅଧିକ ସଦସ୍ୟମାନେ ଯୋଗଦେଇନଥିଲେ । ସେମାନେ ଘରେ ରହି ଇଣ୍ଟରନେଟ୍ ମାଧ୍ୟମରେ କାର୍ଯ୍ୟ ତୁଳାଇଥିଲେ ।

କରୋନା ନିୟମ ଅନୁସାରେ, ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ଚାଲିବ କୋଭିଡ୍ ଟେଷ୍ଟ । ଆଜି ସକାଳେ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି । ପ୍ରଥମେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ନମୁନା ସଂଗ୍ରହ କରାଯାଇଛି । ପରେ ମନ୍ତ୍ରୀ ଓ ବିଧାୟକମାନଙ୍କର ନମୁନା ସଂଗ୍ରହ କରାଯାଉଛି । ଏପରିକି ବିଧାନସଭାର ବିବରଣୀ ସଂଗ୍ରହ ପାଇଁ ଅନୁମତି ପାଇଥିବା ସାମ୍ବାଦିକମାନଙ୍କର ମଧ୍ୟ କରୋନା ଟେଷ୍ଟ କରାଯିବ । ବିଧାନସଭା କର୍ମଚାରୀମାନେ ମଧ୍ୟ ଏଥିରୁ ବାଦ ଯାଇନାହାନ୍ତି । ୩ ଦିନ ମଧ୍ୟରେ ସରିବ ଏହି ପ୍ରକ୍ରିୟା । ଯେଉଁମାନଙ୍କର ରିପୋର୍ଟ ନେଗେଟିଭ୍ ଆସିବ ସେମାନେ ବିଧାନସଭା ଅଧିବେସନରେ ଭାଗନେଇ ପାରିବେ ବୋଲି ବାଚସ୍ପତି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି