Masthead

୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ବିରୋଧୀ ବିଜେଡି ବିଧାୟକଙ୍କ ହଙ୍ଗାମା । ପଞ୍ଚମ ଦିନରେ ବିଧାନସଭା ଅଚଳ । ଗୃହ ଚଳାଇ ଦେଉନାହାନ୍ତି ବିରୋଧୀ ।  ଗୃହର ମଧ୍ୟଭାଗରେ ବିଜେଡି ବିଧାୟକମାନଙ୍କ ଲଗାତାର ପ୍ରତିବାଦ ପରେ, ଗୃହକୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ମୁଲତବି କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ତେବେ ଗତକାଲି ଅପରାହ୍ଣରେ ଗୃହକାର୍ଯ୍ୟ ସ୍ୱାଭାବିକ ହେବା ପରେ ଆଶା କରାଯାଉଥିଲା ଆଜି ପ୍ରଶ୍ନକାଳ ସ୍ୱାଭାବିକ ହେବ, ହେଲେ ସେମିତି କିଛି ବି ଦେଖିବାକୁ ମିଳିନି । ପୂର୍ବପରି ଆଜି ବି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଛି ।

ଯାହାପରେ ବାଚସ୍ପତି ଗୃହକୁ ମୁଲତବି କରିଛନ୍ତି । ଆଜି ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭ ହେବା ପରଠାରୁ ବିଜେଡି ବିଧାୟକମାନେ ଫ୍ଲୋରର ମଝିକୁ ଆସି ହୋ ହଲ୍ଲା କରିଥିଲେ ।  କଂଗ୍ରେସ ବିଧାୟକମାନେ ନିଜ ନିଜ ସିଟରେ ଠିଆ ହୋଇ ପ୍ରତିବାଦ କରିଥିଲେ । ଗୋଟିଏ ପଟେ ବିଜେଡି ବିଧାୟକମାନେ ପଞ୍ଚାୟତ ପ୍ରତିନିଧିଙ୍କ ଆର୍ଥିକ କ୍ଷମତା ପ୍ରସଙ୍ଗରେ ଗୃହରେ ହୋହଲ୍ଲା କରୁଥିବାବେଳେ, କଂଗ୍ରେସ ବିଧାୟକମାନେ ବିଜେଡି-ବିଜେପି ଭାଇ ଭାଇ ପ୍ଲାଗକାର୍ଡ ଦେଖାଇ ପ୍ରତିବାଦ କରିଥିଲେ । ଆଉ ଶେଷରେ ବାଚସ୍ପତି ଗୃହକୁ ଅପରାହ୍ଣ ୪ଟା ଯାଏଁ ମୁଲତବି ଘୋଷଣା କରିଥିଲେ ।

ଚଳିତ ବର୍ଷ ବିଳମ୍ଵରେ ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ଏଥର ଅଧିବେଶନରେ ମାତ୍ର ୭ଟି କାର୍ଯ୍ୟ ଦିବସ ରହିଛି । ହେଲେ ସରକାରଙ୍କ ଉପରେ ବିରୋଧୀ ବିଜେଡି ଓ କଂଗ୍ରେସ ଭାରି ପଡ଼ିଛନ୍ତି। ଏହାରି ଭିତରେ ଆଜିକୁ ମିଶାଇ ୫ଟି କାର୍ଯ୍ୟ ଦିବସ ସରିବାକୁ ବସିଥିବା ବେଳେ ଆଉ ମାତ୍ର ୨ଟି କାର୍ଯ୍ୟ ଦିବସ ରହିଛି। ଅଚଳାବସ୍ଥାରେ ଗୃହ ଚାଲିଛି। ​​​

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ