Masthead

ଆଜି ବସିବ ସର୍ବଦଳୀୟ ବୈଠକ ସାଙ୍ଗକୁ ବିଧାୟକ ଦଳ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆସନ୍ତାକାଲି ଠାରୁ ବସିବାକୁ ଯାଉଛି ବିଧାନସଭାର ଶୀତ ଅଧିବେଶନ। ସେଥିପାଇଁ ପ୍ରସ୍ତୁତି ଶେଷ ପର୍ୟ୍ୟାୟରେ ପହଁଚିଛି। ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାରେ ରାଷ୍ଟ୍ରପତି ରଖିବାକୁ ଯାଉଛନ୍ତି ଅଭିଭାଷଣ । ଯାହାକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା ଆପଣା ଯାଇଛି । ବିଧାନସଭା ସୁରୁଖୁରୁରେ ଚାଲିବା ପାଇଁ ଆଜି ବାଚସ୍ପତି ଡକାଇଛନ୍ତି ସର୍ବାଦଳୀୟ ବୈଠକ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ତାଙ୍କ ଚାମ୍ବରରେ ମଧ୍ୟାହ୍ନରେ ଅନୁଷ୍ଠିତ ହେବ ବୈଠକ । ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ, ଆଇନ ମନ୍ତ୍ରୀ, ସରକାରୀ ଦଳ ମୁଖ୍ୟ ସଚେତକ, ବରିଷ୍ଠ ବିଧାୟକ, ବିରୋଧୀ ଦଳ ମୁଖ୍ୟ ସଚେତକ ଓ କଂଗ୍ରେସ ବିଧାୟକ ଦଳ ନେତା ହେବେ ସାମିଲ।

ସେପଟେ ବିଧାନସଭା ରଣନୀତି ଆଜି ପ୍ରସ୍ତୁତ କରିବେ ରାଜନୈତିକ ଦଳ। ଆଜି ତିନି ପ୍ରମୁଖ ଦଳର ବସିବ ବିଧାୟକ ଦଳ ବୈଠକ। ସନ୍ଧ୍ୟା ସମୟରେ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ବସିବାକୁ ଥିବା ବେଳେ ଶଙ୍ଖ ଭବନରେ ବିଜେଡିର ବସିବ ବିଧାୟକ ଦଳ ବୈଠକ । କଂଗ୍ରେସ ମଧ୍ୟ ନିଜ ଦଳର ବିଧାୟକଙ୍କ ସହ କରିବ ବିଚାର ବିମର୍ଷ। ବିରୋଧୀ ସରକାରଙ୍କୁ ଘେରିବା ପାଇଁ ପ୍ରସଙ୍ଗ ଏକଜୁଟ କରୁଥିବା ବେଳେ ପ୍ରତି ଉତ୍ତର ଦେବା ପାଇଁ ପ୍ରସ୍ତୁତ ହେଉଛି ଶାସକ ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ