୨୫ ସୁଦ୍ଧା ବାତ୍ୟା!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ସାଇକ୍ଲୋନ । ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ବାଂଲାଦେଶ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ କେନ୍ଦ୍ର । ଲଘୁଚାପ ଅଧିକ ଘନୀଭୂତ ହୋଇ ଆଜି ସୁଦୃଶ ଲଘୁଚାପରେ ପରିଣତ ହୋଇଛି ।

୨୫ ସକାଳ ସୁଦ୍ଧା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ପରେ ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟା ଭାବେ ବାଙ୍ଗଲାଦେଶ ପାଶ୍ୱର୍ବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ସମୁଦ୍ର ମଧ୍ୟରେ ପହଂଚିବାର ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୨୭ ତାରିଖ ଯାଏଁ କେନ୍ଦ୍ରୀୟ ବଙ୍ଗୋପସାଗର ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ତେବେ ବାତ୍ୟାରେ ଓଡିଶାକୁ ସିଧାସଳଖ ପ୍ରଭାବ ନାହିଁ । ୨୩, ୨୪ ଓ ୨୫ ତାରିଖରେ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

୨୬ ତାରିଖରେ ଉତର ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୭ରେ ମଧ୍ୟ ଉତର ଓଡିଶାରେ ବର୍ଷା ହେବ । ବାଲେଶ୍ୱର, ମୟୁରଭଂଜରେ ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’