ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । କେନ୍ଦ୍ରାପଡ଼ା ଛତା ଜଳସମ୍ପଦ ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍ । ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସରେ ରେଡ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍। ଯନ୍ତ୍ରୀଙ୍କର ୭ଟି ସ୍ଥାନରେ ଚାଲିଛି ରେଡ୍।
ଖବର ଅନୁଯାୟୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢାଉ । ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଅଫିସ ଓ ପୈତୃକ ଘର ସମେତ ୭ ଟି ସ୍ଥାନରେ ରେଡ୍ ଚାଲିଥିବା ଜଣାପଡ଼ିଛି । ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳ ସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ଏବେ ଛତାଛକ ସ୍ଥିତ କାର୍ଯ୍ୟାଳୟରେ SDO ଭାବେ ଅବସ୍ଥାପିତ ଅଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଛି। ଚଢାଉ ବେଳେ ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ ଫାଇଲ ଓ ଅଫିସ କାଗଜପତ୍ର ଜବତ କରିଛି ।
