Masthead

ଭୂତକୋଠି ପାଲଟିଛି ହୋମିଓପାଥିକ ଚିକିତ୍ସାଳୟ

ଅସ୍ତରଙ୍ଗ, (ବଡ଼ ଖବର ବ୍ୟୁରୋ): ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ହୋମିଓପାଥିକ ଚିକିତ୍ସାଳୟ । ଅସ୍ତରଙ୍ଗ ବ୍ଲକ ତାଳଦା ପଞ୍ଚାୟତରେ ମେଡିକାଲ ଭିତ୍ତିଭୂମି ଥାଇ ମଧ୍ୟ କାମକୁ ଆସୁନାହିଁ । ଏଠାରେ ଥିବା ହୋମିଓପାଥିକ ଚିକିତ୍ସାଳୟରେ ଦୀର୍ଘ ୯ବର୍ଷ ହେବ ତାଲା ଝୁଲୁଛି । ଏଠିକୁ ନା ଅସୁଛନ୍ତି ଡାକ୍ତର ନା ହେଉଛି ଚିକିତ୍ସା ।

୨୦୦୩ରେ ତତ୍କାଳୀନ ଗଣଶିକ୍ଷା ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକ ଓ ଜଳସମ୍ପଦ ମନ୍ତ୍ରୀ ମଙ୍ଗାଳା କିଷାନ ଏହାକୁ ଉଦଘାଟନ କରିଥିଲେ । ଡାକ୍ତର ହରିହର ଛଟୋଇ ଏଠାରେ ୨୦୧୧ ପର୍ଯ୍ୟନ୍ତ କାର୍ଯ୍ୟ କରି ଅବସର ନେଇଥିଲେ । ସେବେଠାରୁ ଲଟାବୁଦା ଘେରା ଏହି ମେଡିକାଲ ଭୂତକୋଠିରେ ପରିଣତ ହୋଇଛି । ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଏହି ଚିକିତ୍ସାଳୟ ଏବେ ଗୋରୁ ଗୁହାଳ ଆଉ ଅସାମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି । ତେବେ ଏହି ମେଡିକାଲରେ ଜଣେ ମହିଳା ଡାକ୍ତରଙ୍କୁ ନିଯୁକ୍ତି ମିଳିଥିଲେ ସୁଦ୍ଧା ଦିନୁଟିଏ ମଧ୍ୟ ଏଠି ତାଙ୍କ ପାଦ ପଡ଼ି ନ ଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ । ପ୍ରଶାସନର ବୈମାତୃକ ମନୋଭାବକୁ ଦାୟୀ କରିଛନ୍ତି ସେମାନେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ