Masthead

ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୨୭ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼ରେ ୨୭ ଜଣଙ୍କ ମୃତ୍ୟୁ । କେଣ୍ଟୁକି ଓ ମିସୌରୀ ଅଧିକ ପ୍ରଭାବିତ, ୧୨ରୁ ଅଧିକ ଆହତ । ଏହି ଘୂର୍ଣ୍ଣିଝଡ଼ରେ ୫ ହଜାର କୋଠା କ୍ଷତିଗ୍ରସ୍ତ ହେବା ସହ ଉପୁଡ଼ିଲା ବିଦ୍ୟୁତ ଖୁଣ୍ଟ । ଶୁକ୍ରବାର ବିଳମ୍ବିତ ରାତିରେ ଲରେଲ୍ କାଉଣ୍ଟିରେ ଏକ ଘୂର୍ଣ୍ଣିବାତ୍ୟା ଆସିବା ପରେ ଅନେକ ଲୋକ ଗୁରୁତର ଆହତ ହୋଇଥିବା କେଣ୍ଟୁକି ଅଧିକାରୀମାନେ କହିଛନ୍ତି। ଦକ୍ଷିଣ ଆମେରିକାର କେଣ୍ଟକିରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ମିସୌରୀରେ ୯ ଜଣଙ୍କ ଜୀବନ ଯାଇଛି ।

ମୃତ୍ୟୁସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି। ଏବେବି ଉଦ୍ଧାରକାର୍ଯ୍ୟ ଜାରି ରହିଛି । ସହରରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା ପ୍ରକ୍ରିୟା ଚାଲିଛି ଏବଂ ସର୍ବାଧିକ କ୍ଷତିଗ୍ରସ୍ତ ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି। କେଣ୍ଟକୀ ଗଭର୍ଣ୍ଣର ଆଣ୍ଡି ବେସିୟର ନିଜ ସୋସିଆଲ ମିଡିଆ ଏକ୍ସରେ ଏହି ସୂଚନା ଦେଇଛନ୍ତି । ଏହି ଘଟଣା ପରେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାର ସମ୍ଭାବନା ରହିଛି । କାରଣ ବିଭିନ୍ନ ସ୍ଥାନରୁ କ୍ଷୟକ୍ଷତି ନେଇ ରିପୋର୍ଟ ହସ୍ତଗତ ହେବାରେ ଲାଗିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ