Masthead

ବାଂଲାଦେଶରେ ପ୍ରାକ୍ ନିର୍ବାଚନୀ ହିଂସା, ଟ୍ରେନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାଂଲାଦେଶରେ ପ୍ରାକ୍ ନିର୍ବାଚନୀ ହିଂସା । ବେଣାପୋଲ ଏକ୍ସପ୍ରେସରେ ନିଆ ଲଗାଇଦେଲେ ଦୁର୍ବୃତ୍ତ । ଟ୍ରେନରେ ନିଆଁ ଲାଗିବା ଫଳରେ ୫ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ବେଳେ ଏକାଧିକ ଗୁରୁତର ହୋଇଥିବା ସୂଚନା । ଟ୍ରେନଟି ବେଣାପୋଲରୁ ଢାକା ଯାଉଥିବାବେଳେ ଘଟିଛି ଏଭଳି ଦୁର୍ଘଟଣା । ଗୋପିବାଗ୍‌ ନିକଟରେ ଏକ୍ସପ୍ରେସ୍‌ ଟ୍ରେନରେ ନିଆଁ ଲାଗି ୫ଟି ବଗି ସମ୍ପୂର୍ଣ୍ଣ ଜଳିଯାଇଛି । ତେବେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ । ଆସନ୍ତାକାଲି ବାଂଲାଦେଶରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏଭଳି ଘଟିଥିବା ବାଂଲାଦେଶ ସରକା କହିଛି । ବିରୋଧି ଦଳ ନିର୍ବାଚନକୁ ବର୍ଜନ କରିଥିବା ବେଳେ ଦେଶରେ ଅସ୍ଥିରତା ଦେଖାଦେଇଛି । ଏଭଳି ସ୍ଥିତିରେ ଟ୍ରେନରେ ନିଆଁ ଲାଗିବା ବିରୋଧୀ ଦଳଙ୍କ ଷଡଯନ୍ତ୍ର ବୋଲି ଆଶଙ୍କା କରିଛନ୍ତି ବାଂଲାଦେଶ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା