Masthead

୨୨ ବର୍ଷ ତଳ ସେହି କାଳ ରାତ୍ରିର ଅପରାଧର ସିନ ରିକ୍ରିଏସନ କଲା ବିବନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବହୁ ଚର୍ଚ୍ଚିତ ବାରଙ୍ଗ ଗଣ ଦୁଷ୍କର୍ମ ମାମଲା । ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ କରିଛି ସିନ୍ ରିକ୍ରିଏସନ । ସିବିଆଇ ଟିମ ବିବନକୁ ବାରଙ୍ଗର ଘଟଣାସ୍ଥଳକୁ ନେଇ କ୍ରାଇମ ସିନ୍ ରିକ୍ରିଏସନ କରିଛି । କେମିତି ଥିଲା ୧୯୯୯ର ସେହି କାଳ ରାତିର କଳଙ୍କିତ କାହାଣୀ ସମ୍ପର୍କରେ ବିବନ ମୁହଁରୁ ସତ ବାହାର କରୁଛି ସିବିଆଇ । ସେହିଭଳି ଏହି କୁତ୍ସିତ କାଣ୍ଡ ପରେ କେମିତି ରାଜ୍ୟ ବାହାରକୁ ଖସିଯାଇଥିଲା? କେମିତି ନାଁ ବଦଳାଇ ଲୁଚି ବୁଲୁଥିଲା? କାହା ପ୍ରରୋଚନାରେ ଭିଆଇଥିଲା ଜଘନ୍ୟ ଅପରାଧ? କେଉଁମାନେ ତାକୁ ଫେରାର୍ କରାଇବାକୁ ସହଯୋଗ କରିଥିଲେ? ଏସବୁ ଦିଗକୁ ଫୋକସ୍‌ରେ ରଖି ବିବନ ମୁହଁରୁ ସତ ବାହାର କରିବାକୁ ଚେଷ୍ଟା କରୁଛି ସିବିଆଇ ।

ଅପହରଣ କରିବା ଠାରୁ ଆରମ୍ଭ କରି ଅପରାଧ ଘଟାଇବା ପର୍ଯ୍ୟନ୍ତ ଗୋଟି ଗୋଟି କରି ବଖାଣିଛି ଅଭିଯୁକ୍ତ ବିବନ । ପୁରୀ କେନାଲ ନିକଟସ୍ଥ ଜୟପାଟଣା ଗାଁର ଇଟାଭାଟି ଜଙ୍ଗଲକୁ ବିବନ ଦେଖାଇଛି । ପ୍ରଥମେ ଗୋଡି ସାହି ପାହାଡ ପରେ ବାଲୁଙ୍କେ ଜଙ୍ଗଲରେ ଡେମୋ ଦେଖାଇବା ପରେ ବାଲୁଙ୍କେ ଜଙ୍ଗଲରେ ସିବିଆଇ ଟିମକୁ ଡେମୋ ଦେଖାଇଥିଲା ବିବନ । ବାରଙ୍ଗ ଥାନାରେ କିଛି ସମୟ ଜେରା ପରେ ବିବନକୁ ସିବିଆଇ ଅଫିସକୁ ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’