Masthead

ଓଡ଼ିଶାରେ ୨୫ ବର୍ଷ ଶାସନ ପାଇଁ ବିଜେପି ପ୍ରସ୍ତୁତ କରୁଛି ରୋଡମ୍ୟାପ: ଲତା ଉସେଣ୍ଡି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଗାମୀ ୫ ବର୍ଷ ନୁହେଁ, ୨୫ ବର୍ଷ ପାଇଁ ଓଡ଼ିଶାରେ ବିଜେପି ସରକାର ଶାସନ କରିବା ପାଇଁ ରୋଡ଼ ମ୍ୟାପ ପ୍ରସ୍ତୁତ । ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛି ବିଜେପି । ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ ହେବାକୁ ଥିବା ବେଳେ ଏହାପୂର୍ବରୁ ଏଭଳି କହିଛନ୍ତି ଓଡ଼ିଶା ବିଜେପିର ସହପ୍ରହାରୀ ଲତା ଉସେଣ୍ଡି । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେ ଏଭଳି କହିଛନ୍ତି ।

ଲତା ଉସେଣ୍ଡି କହିଛନ୍ତି, ସରକାର ଗଠନ ହେବା ପରେ ପ୍ରଥମ ଥର ପାଇଁ ପୁରୀରେ କାର୍ଯ୍ୟକାରିଣୀ ବୈଠକ ହେବାକୁ ଯାଉଛି । ଜଗନ୍ନାଥ ଆମକୁ ଆଶୀର୍ବାଦ କରିଛନ୍ତି ଓଡ଼ିଶାରେ ସେବା କରିବା ପାଇଁ ।ତାଙ୍କ ସାନିଧ୍ୟ ପାଇ ସରକାରକୁ ଆସିଥିବାରୁ ଧନ୍ୟବାଦ୍ ଦେବା ପାଇଁ ଜଗନ୍ନାଥଙ୍କ ଭୂମି ପୁରୀରେ କାର୍ଯ୍ୟକାରିଣୀ ହେଉଛି ବୋଲି ସେ କହିଛନ୍ତି । କେନ୍ଦ୍ର ଓ ରାଜ୍ୟର ସମସ୍ତ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇବା ଆମର କର୍ତ୍ତବ୍ୟ ।

ଏହି କାର୍ଯ୍ୟକାରିଣୀ ତାର ମାଧ୍ୟମ ସାଜିବ । ଓଡ଼ିଶାବାସୀ ଯେମିତି ଚାହୁଁଛନ୍ତି ସେମିତି ବିକାଶ କରିବ ବିଜେପି ସରକାର । ଓଡ଼ିଶାବାସୀଙ୍କ ଅନୁଯାୟୀ ସରକାର ଚାଲିବ । ସରକାର ସହ ସଙ୍ଗଠନକୁ ମଧ୍ୟ ଗୁରୁତ୍ୱ ଦିଆଯିବ । ବିଜେପିରେ ନିରନ୍ତର ଭାବରେ ସଙ୍ଗଠନ କାମ ଚାଲେ । ଯାହାକୁ ତୃଣମୂଳସ୍ତରରେ ଆହୁରି ତ୍ୱରାନ୍ୱିତ କରାଯିବ ବୋଲି ଲତା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼