Masthead

ଆଠଗଡ଼ ବୁଥ୍‌ରେ ୨ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ, ୨ ଆହତ

ଆଠଗଡ଼ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ତୃତୀୟ ପର୍ଯ୍ୟାୟ ମତଦାନ । ସମ୍ବଲପୁର, ଢେଙ୍କାନାଳ, କେନ୍ଦୁଝର, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଏବଂ ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ । ଏଥିରେ ୪୪୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଏମାନଙ୍କ ମଧ୍ୟରେ ଲୋକସଭା ପାଇଁ ୬୪ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ପାଇଁ ମୋଟ୍ ୩୮୩ ପ୍ରାର୍ଥୀ ଅଛନ୍ତି । ସେପଟେ ପୁଣି ମତଦାନ ବେଳେ ନିବାଚନ ହିଂସା ଦେଖିବାକୁ ମିଳିଛି । ଆଠଗଡ଼ ବୁଥ୍‌ରେ ୨ ଗୋଷ୍ଠୀ ମଧ୍ୟରେ ମାରପିଟ, ୨ ଆହତ ହୋଇଛନ୍ତି । ଆଠଗଡ଼ ରାଧାଗୋବିନ୍ଦପୁର ୧୧୫ ନଂ ବୁଥ୍‌ରେ ୨ ଗୋଷ୍ଠୀ ହାତାହାତି ହୋଇଛନ୍ତି । ଘଟଣାସ୍ଥଳରେ ଲୋକଙ୍କୁ ବୁଝାସୁଝା ପାଇଁ ପୋଲିସର ପ୍ରୟାସ ଜାରି ରଖିଛି ।

ସେପଟେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଇଭିଏମ୍ ଅଚଳ ଯୋଗୁଁ ଉତେଜନା ହୋଇଛି । । ବାରମ୍ବାର ଇଭିଏମରେ ତ୍ରୁଟି ଯୋଗୁଁ ଚାପା ଉତେଜନା ଲାଗି ରହିଛି । ପୋଲିଂ ଅଧିକାରୀଙ୍କ ଅବହେଳା ନେଇ ଅଭିଯୋଗ ଆଣିଛନ୍ତି ବିଜେପି ବିଧାୟିକା ପ୍ରାର୍ଥୀ ଉପାସନା ମହାପାତ୍ର । ଏହା ଉପାସନାଙ୍କ ନିଜ ଗାଁ ବୁଥ ହୋଇଥିବା ବେଳେ ଏଠାରେ ତାଙ୍କୁ ଦୁର୍ବ୍ୟବହାର କରାଯାଇଥିବା ସେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ