ଆଠଗଡ଼ ବୁଥ୍‌ରେ ୨ ଗୋଷ୍ଠୀଙ୍କ ମଧ୍ୟରେ ମାରପିଟ, ୨ ଆହତ

ଆଠଗଡ଼ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ତୃତୀୟ ପର୍ଯ୍ୟାୟ ମତଦାନ । ସମ୍ବଲପୁର, ଢେଙ୍କାନାଳ, କେନ୍ଦୁଝର, କଟକ, ପୁରୀ ଏବଂ ଭୁବନେଶ୍ୱର ଲୋକସଭା ଆସନ ଏବଂ ଅଧୀନସ୍ଥ ୪୨ଟି ବିଧାନସଭା ଆସନରେ ଭୋଟ ଗ୍ରହଣ ହେବ । ଏଥିରେ ୪୪୭ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଏମାନଙ୍କ ମଧ୍ୟରେ ଲୋକସଭା ପାଇଁ ୬୪ ଜଣ ପ୍ରାର୍ଥୀ ଥିବା ବେଳେ ବିଧାନସଭା ପାଇଁ ମୋଟ୍ ୩୮୩ ପ୍ରାର୍ଥୀ ଅଛନ୍ତି । ସେପଟେ ପୁଣି ମତଦାନ ବେଳେ ନିବାଚନ ହିଂସା ଦେଖିବାକୁ ମିଳିଛି । ଆଠଗଡ଼ ବୁଥ୍‌ରେ ୨ ଗୋଷ୍ଠୀ ମଧ୍ୟରେ ମାରପିଟ, ୨ ଆହତ ହୋଇଛନ୍ତି । ଆଠଗଡ଼ ରାଧାଗୋବିନ୍ଦପୁର ୧୧୫ ନଂ ବୁଥ୍‌ରେ ୨ ଗୋଷ୍ଠୀ ହାତାହାତି ହୋଇଛନ୍ତି । ଘଟଣାସ୍ଥଳରେ ଲୋକଙ୍କୁ ବୁଝାସୁଝା ପାଇଁ ପୋଲିସର ପ୍ରୟାସ ଜାରି ରଖିଛି ।

ସେପଟେ ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଇଭିଏମ୍ ଅଚଳ ଯୋଗୁଁ ଉତେଜନା ହୋଇଛି । । ବାରମ୍ବାର ଇଭିଏମରେ ତ୍ରୁଟି ଯୋଗୁଁ ଚାପା ଉତେଜନା ଲାଗି ରହିଛି । ପୋଲିଂ ଅଧିକାରୀଙ୍କ ଅବହେଳା ନେଇ ଅଭିଯୋଗ ଆଣିଛନ୍ତି ବିଜେପି ବିଧାୟିକା ପ୍ରାର୍ଥୀ ଉପାସନା ମହାପାତ୍ର । ଏହା ଉପାସନାଙ୍କ ନିଜ ଗାଁ ବୁଥ ହୋଇଥିବା ବେଳେ ଏଠାରେ ତାଙ୍କୁ ଦୁର୍ବ୍ୟବହାର କରାଯାଇଥିବା ସେ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’