Masthead

ବାଇକ ଉପରେ ଚଢିଗଲା ଟ୍ରଲର

ଆଠଗଡ଼ (ବଡ ଖବର ବ୍ୟୁରୋ): ୫୫ ନମ୍ବର ଜାତୀୟ ରାଜପଥ ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ନୁଖରା ଛକ ନିକଟରେ ଟ୍ରଲର ବାଇକ ଉପରେ ଚଢିଯାଇଛି । ବାଇକ ଆରୋହୀଙ୍କର ଘଟଣାସ୍ତଳରେ ମୃତ୍ୟୁ ହୋଇଛି । ଗତକାଲି ଅପରାହ୍ନରେ ଢେଙ୍କାନାଳରୁ ମଙ୍ଗୁଳି ଯାଉଥିବା ଟ୍ରଲର ଖୁଣ୍ଟୁଣୀରୁ ଢେଙ୍କାନାଳ ଯାଉଥିବା ଏକ ବାଇକ ଉପରେ ଚଢିଯାଇଥିଲା । ଫଳରେ ବାଇକ ଆରୋହୀ ଗୁରୁତର ହୋଇ ରାସ୍ତା ଉପରେ ପଡି ଛଟପଟ ହେଉଥିଲେ । ଖବର ପାଇ ଖୁଣ୍ଟୁଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ୧୦୮ ଆମ୍ବୁଲାନ୍ସ ସହାୟତାରେ ଆଠଗଡ ଡାକ୍ତରଖାନାରେ ଭର୍ତ୍ତୀ କରିଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକ ଜଣଙ୍କ ହେଲେ ଢେଙ୍କାନାଳ ଜିଲ୍ଲା ଗଁଦିଆଁ ବ୍ଲକ ଟଭାପାଳ ଗ୍ରାମର ସୁବଳ ମହାଳିକଙ୍କ ପୁଅ ଶ୍ରୀକାନ୍ତ ମହାଳିକ । ଦୁର୍ଘଟଣା ଘଟାଇଥିବା ଟ୍ରଲର ଓ ଡ୍ରାଇଭରକୁ ପୋଲିସ ଅଟକ ରଖି ତଦନ୍ତ ଜାରି ରଖିଛି। ବ୍ୟବଚ୍ଛେଦ ପରେ ପରିବାରକୁ ଶବ ହସ୍ତାନ୍ତର କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼