Masthead

ମାଓବାଦୀଙ୍କ ବର୍ବରତା, ୩ ଯବାନ ସହିଦ

ମାଲକାନଗିରି(ବଡ଼ ଖବର ବ୍ୟୁରୋ):  ନକ୍ସଲ ହାମଲାରେ ସହିଦ ହେଲେ ଯବାନ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକମା ଜିଲ୍ଲାରେ ଦେଖିବାକୁ ମିଳିଛି ମାଓ ହିଂସାର ବର୍ବର ଚିତ୍ର । ନକ୍ସଲ ପନ୍ଥିଙ୍କ ଗୁଳିରେ ତିନି ଜଣ ଡିଆରଜି ଯବାନ ସହିଦ ହୋଇଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି । ସହିଦ ଯବାନମାନେ ଡିଆରଜି ବାହିନୀର ଏ.ଏସ.ଆଇ ରାମୁରାମ ନାଗ ଏବଂ କନେଷ୍ଟବଳ କୁଞ୍ଜାମ ଜଗା ଓ ଭାଞ୍ଜାମ ଭିମା ।

ଜାଗରକୋଣ୍ଡା ଥାନା  କୁନ୍ଦେର ଜଙ୍ଗଲରେ ହୋଇଛି ମାଓ ହାମଲା । ସକାଳ ସମୟରେ ଜାଗରକୋଣ୍ଡା କ୍ୟାମ୍ପରୁ ଯବାନମାନେ କୁନ୍ଦେର ଜଙ୍ଗଲ ଦେଇ କମ୍ବିଂ ଅପରେସନରେ ଯାଉଥିବା ବେଳେ ହଠାତ ମାଓବାଦୀମାନେ ଯବାନଙ୍କ ଉପରକୁ ଗୁଳିଚାଳନା କରିଥିଲେ । ଘଟଣାସ୍ଥଳରେ ତିନି ଜଣ ଯବାନ ସହିଦ ହୋଇଥିବା ବେଳେ ଦୁଇ ଜଣଙ୍କୁ ଜାଗରକୋଣ୍ଡା କ୍ୟାମ୍ପକୁ ନିଆଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ