Masthead

ଅସୁସ୍ଥ ହେଲେ ଆତିଶୀ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ଜଳ ସଙ୍କଟକୁ ନେଇ ହଙ୍ଗର ଷ୍ଟ୍ରାଇକରେ ବସିଥିବା ଜଳ ମନ୍ତ୍ରୀ ଆତିଶୀ ଅସୁସ୍ଥ ହୋଇ ପଡିଛନ୍ତି। ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଶେଷରେ ଆଜି ଭୋରରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଡାକ୍ତରଙ୍କ ପରାମର୍ଶ ସତ୍ତ୍ୱେ ସେ ହସ୍ପିଟାଲରେ ଆଡମିଟ ହେଉ ନ ଥିଲେ। ମାତ୍ର ଅନଶନର ପଞ୍ଚମ ଦିନରେ ଅର୍ଥାତ ଆଜି ଭୋରରୁ ସ୍ୱାସ୍ଥ୍ୟାବସ୍ଥା ବହୁତ ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀସ୍ଥିତ ଲୋକ ନାୟକ ଜୟ ପ୍ରକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗତକାଲି ମଧ୍ୟ ରାତିରେ ଆତିଶୀଙ୍କ ଶର୍କରା ୪୩ ଥିବା ବେଳେ ଭୋର ୩ଟା ବେଳେ ତାହା ୩୬ରେ ପହଞ୍ଚି ଯାଇଥିଲା। ଏହାପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଆପ୍‌ ପକ୍ଷରୁ ଟ୍ୱିଟ କରାଯାଇଛି। ସେଠାରେ ଚିକିତ୍ସା ଚାଲିଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାଯାଇଛି। ଗତକାଲି LNJP ହସ୍ପିଟାଲର ଡାକ୍ତରମାନେ ଆତିଶୀଙ୍କ ସ୍ୱାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ଯାଞ୍ଚ ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ଜଣାପଡ଼ିବାରୁ ତୁରନ୍ତ ହସ୍ପିଟାଲରେ ଆଡମିଟ ହେବାକୁ ଡାକ୍ତରମାନେ ଆତିଶୀଙ୍କୁ ପରାମର୍ଶ ଦେଇଥିଲେ । ଡାକ୍ତରଙ୍କ ପରାମର୍ଶ ସତ୍ତ୍ୱେ ଆତିଶୀ ନିଜ ଜିଦରେ ଅଟଳ ରହିଥିଲେ। ଦିଲ୍ଲୀବାସୀଙ୍କୁ ପାଣି ଠିକ ଭାବେ ନ ଯୋଗାଣ ହେବା ଯାଏ ସେ ଆନ୍ଦୋଳନ ବନ୍ଦ କରିବେ ନାହିଁ ବୋଲି ସେ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ