ଅସୁସ୍ଥ ହେଲେ ଆତିଶୀ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀର ଜଳ ସଙ୍କଟକୁ ନେଇ ହଙ୍ଗର ଷ୍ଟ୍ରାଇକରେ ବସିଥିବା ଜଳ ମନ୍ତ୍ରୀ ଆତିଶୀ ଅସୁସ୍ଥ ହୋଇ ପଡିଛନ୍ତି। ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଶେଷରେ ଆଜି ଭୋରରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଡାକ୍ତରଙ୍କ ପରାମର୍ଶ ସତ୍ତ୍ୱେ ସେ ହସ୍ପିଟାଲରେ ଆଡମିଟ ହେଉ ନ ଥିଲେ। ମାତ୍ର ଅନଶନର ପଞ୍ଚମ ଦିନରେ ଅର୍ଥାତ ଆଜି ଭୋରରୁ ସ୍ୱାସ୍ଥ୍ୟାବସ୍ଥା ବହୁତ ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀସ୍ଥିତ ଲୋକ ନାୟକ ଜୟ ପ୍ରକାଶ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଗତକାଲି ମଧ୍ୟ ରାତିରେ ଆତିଶୀଙ୍କ ଶର୍କରା ୪୩ ଥିବା ବେଳେ ଭୋର ୩ଟା ବେଳେ ତାହା ୩୬ରେ ପହଞ୍ଚି ଯାଇଥିଲା। ଏହାପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଆପ୍‌ ପକ୍ଷରୁ ଟ୍ୱିଟ କରାଯାଇଛି। ସେଠାରେ ଚିକିତ୍ସା ଚାଲିଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାଯାଇଛି। ଗତକାଲି LNJP ହସ୍ପିଟାଲର ଡାକ୍ତରମାନେ ଆତିଶୀଙ୍କ ସ୍ୱାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ଯାଞ୍ଚ ବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ଜଣାପଡ଼ିବାରୁ ତୁରନ୍ତ ହସ୍ପିଟାଲରେ ଆଡମିଟ ହେବାକୁ ଡାକ୍ତରମାନେ ଆତିଶୀଙ୍କୁ ପରାମର୍ଶ ଦେଇଥିଲେ । ଡାକ୍ତରଙ୍କ ପରାମର୍ଶ ସତ୍ତ୍ୱେ ଆତିଶୀ ନିଜ ଜିଦରେ ଅଟଳ ରହିଥିଲେ। ଦିଲ୍ଲୀବାସୀଙ୍କୁ ପାଣି ଠିକ ଭାବେ ନ ଯୋଗାଣ ହେବା ଯାଏ ସେ ଆନ୍ଦୋଳନ ବନ୍ଦ କରିବେ ନାହିଁ ବୋଲି ସେ କହିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ