ବାଲେଶ୍ୱର ଜିଲ୍ଲାର ୨ଟି ସ୍ଥାନରେ ଏଟିଏମରୁ ଲୁଟ୍‌

ସୋରୋ (ବଡ଼ ଖବର ବ୍ୟୁରୋ): ଗ୍ୟାସ କଟରରେ ଏଟିଏମକୁ କାଟି ଲୁଟ । ୩୨ଲକ୍ଷରୁ ଅଧିକ ଟଙ୍କା ଲୁଟିନେଲେ ଲୁଟେରା । ବାଲେଶ୍ୱର ଜିଲ୍ଲା ଖଇରା ତୁଡ଼ିଗଡିଆ ବଜାର ଥିବା ଏକ୍ସିସ ବ୍ୟାଙ୍କରୁ ଗତକାଲି ବିଳମ୍ବିତ ରାତିରେ ଦୁଇଟି ଗାଡିରେ ୬ରୁ ଅଧିକ ଲୁଟେରା ଆସିଥିବା ନେଇ ସ୍ଥାନୀୟ ଲୋକମାନେ ସୂଚନା ଦେଇଛନ୍ତି । ଲୁଟରେମାନେ ବିଳମ୍ବିତ ରାତିରେ ଗ୍ୟାସ କଟର ମାଧ୍ୟମରେ ଏଟିମକୁ ତାଡି ଏଟିମରେ ଥିବା ୨୦ଲକ୍ଷ ଟଙ୍କା ଲୁଟ ହୋଇଥିବା ନେଇ ସୂଚନା ମିଳିଛି ।

ଲୁଟ ପରେ ଲୁଟେରାମାନେ ଦୁଇଟି ବୋମା ଫୁଟାଇଥିବା ନେଇ ସ୍ଥାନୀୟ ବାସିନ୍ଦାମାନେ କହିଛନ୍ତି । ସ୍ଥାନୀୟ ଲୋକ ଉଠିବାରୁ ଲୁଟେରାମାନେ ଗାଡି ନେଇ ଫେରାର ହୋଇଯାଇଥିଲେ । ଲୋକ ମାନେ ପୋଲିସକୁ ଖବର ଦେବା ପରେ ପୋଲିସ ପହଁଚି ଛାନଭିନ ଆରମ୍ଭ କରିଛି । ସେହିପରି ସୋର ମଙ୍ଗଳପୁର ବଜାର ରେ ଥିବା ପିଏନବିରୁ ମଧ୍ୟ ଗତକାଲି ବିଳମ୍ବିତ ରାତିରେ ଗ୍ୟାସ କଟର ରେ କାଟି ୧୨ ଲକ୍ଷ ଟଙ୍କା ଚୋରି ହୋଇଥିବା ଜଣା ପଡିଛି। ସୋର ପୋଲିସ ଖବର ପାଇ ତଦନ୍ତ କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’