ଅତିରିକ୍ତ ତହସିଲଦାରଙ୍କୁ ମାଫିଆଙ୍କ ଆକ୍ରମଣ

ବାରିପଦା(ବଡ଼ ଖବର ବ୍ୟୁରୋ) ଅତିରିକ୍ତ ତହସିଲଦାରଙ୍କୁ ମାରିଲେ ମାଫିଆ । ମାତିଲେ ମାଫିଆ। ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କୁ ମାରିଲେ, ଗାଡି ଭାଙ୍ଗିଲେ। ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ସମ୍ମୁଖରେ। କପ୍ତିପଦା ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀ ଆଜି ସକାଳ ସମୟରେ ବେଆଇନ ଚୋରା ବାଲି ଚାଲାଣ ଧରପଗଡ଼ ପାଇଁ କାର୍ଯ୍ୟାଳୟରୁ ନିଜ କାର ଧରି ବାହାରିଯିବା ସମୟରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ମାଫିଆମାନେ ପ୍ରଥମେ ଅତିରିକ୍ତ ତହସିଲଦାରଙ୍କୁ ଅଟକାଇ ଧମକ ଦେଇଥିଲେ।

ଏହା ପରେ କପ୍ତିପଦା ଥାନାକୁ ଆସିବା ବେଳେ କପ୍ତିପଦା ଥାନା ସମ୍ମୁଖରେ ୧୦ରୁ ଅଧିକ ବାଲି ମାଫିଆ ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଇଟା ଓ ପଥର ମାଡ଼ କରିଥିଲେ । ଯେଉଁଥିରେ ଅତିରିକ୍ତ ତହସିଲଦାରଙ୍କ ଗାଡ଼ି ଭାଙ୍ଗି ଚୁରମାର ହୋଇଥିଲା । ଏହାସହିତ ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀଙ୍କ କଲର ଧରି ମାଡ଼ ବି ମାରିଥିଲେ। ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ ବାଲି ମାଫିଆ । ସେପଟେ ଜୀବନ ପ୍ରତି ବିପଦ ଥିବା ଜାଣି ଥାନାକୁ ଆସିବା ବେଳେ ଗେଟ ବନ୍ଦ ଥିବାରୁ ମାଫିଆମାନେ ତାଙ୍କୁ ଆକ୍ରମଣ କରିଥିବା କହିଛନ୍ତି ଅତିରିକ୍ତ ତହସିଲଦାର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’