Masthead

ଥାନା ଜାଳିବା ଏବଂ ଏସ୍‌ଡିପିଓ ପିଟିବା ଘଟଣା, ଘଟଣାସ୍ଥଳରେ ୧୪୪ ଲାଗୁ

ବାଲିଗୁଡ଼ା(ବଡ଼ ଖବର ବ୍ୟୁରୋ): ଥାନା ଜାଳିବା ଏବଂ ଏସ୍‌ଡିପିଓ, ତହସିଲଦାରଙ୍କୁ ଗୋଡାଇ ଗୋଡାଇ ପିଟିବା ଘଟଣା । ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ୧୪୪ ଧାରା ଲାଗୁ କରାଯାଇଛି । ଫିରିଙ୍ଗିଆ ବଜାର ମଧ୍ୟ ବନ୍ଦ ରହିଛି । ସୁଚନା ଅନୁସାରେ ଫିରିଙ୍ଗିଆ ଥାନା ପୋଲିସ୍ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ଅଭିଯୋଗ କରି ଏବଂ ଥାନାଧିକାରୀ ତପନ କୁମାର ନାହାକଙ୍କ ଗିରଫ ଦାବିରେ ଗତକାଲି ଲୋକେ ରାସ୍ତାରୋକ କରିଥିଲେ। ଶହ ଶହ ସଂଖ୍ୟାରେ ମହିଳା ଓ ପୁରୁଷ ଆସି ରାସ୍ତା ଅବରୋଧ କରିଥିଲେ। ସେମାନଙ୍କୁ ବୁଝାଇବାକୁ ଯାଇଥିବା ସଦର ଏସ୍‌ଡିପିଓ ସୁପ୍ରଶନ୍ନ ମଲ୍ଳିକ, ତହସିଲଦାର ଏମ୍‌ ଅନୁରାଧାଙ୍କୁ ଗୋଡାଇ ଗୋଡାଇ ପିଟିଛନ୍ତି ଲୋକେ । ଏହାପରେ ଥାନା ଭିତରେ ପଶିପୋଡା ଜଳା କରିବା ସହ ଜବତ ଗାଡିକୁ ଲୁଟି ନେଇଥିଲେ। ଏହାପରେ ଉତ୍ୟକ୍ତ ଜନତା ଥାନା ଭିତରକୁ ପ୍ରବଳ ଟେକା ପଥମ ମାଡ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ