Masthead

ପୁଟିନଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ। ପୁଟିନଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ୟୁକ୍ରେନ ଏହି ଡ୍ରୋନ ଆକ୍ରମଣ କରାଇଥିବା ଋଷର ଅଭିଯୋଗ । ଋଷ ପକ୍ଷରୁ ଜାରି କରାଯାଇଥିବା ବୟାନରେ ଅଭିଯୋଗ ହୋଇଛି ଯେ, ରାଷ୍ଟ୍ରପତି ପୁଟିନଙ୍କୁ ହତ୍ୟା କରିବା ଲାଗି ତାଙ୍କ ବାସଭବନ କ୍ରେମଲିନ ଉପରେ ଡ୍ରୋନ ଆକ୍ରମଣ କରିଛି ୟୁକ୍ରେନ। ପ୍ରତିଆକ୍ରମଣ କରି ସେଥିରୁ ୨ଟି ଡ୍ରୋନକୁ ନଷ୍ଟ କରାଯାଇଛି ବୋଲି ଋଷ ସେନା ପକ୍ଷରୁ କୁହାଯାଇଛି । ହେଲେ ଆକ୍ରମଣ ପରେ ବି ପୁଟିନ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଅଛନ୍ତି ।

ଆକ୍ରମଣ ପରେ ପୁଟିନ ନିଜ ଆବାସରେ ଥିବା ବଙ୍କର ଭିତରେ ରହି କାମ କରିବେ ବୋଲି କୁହାଯାଇଛି । ଅନ୍ୟପଟେ ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ କରିଥିବା ଅସ୍ଵୀକାର କରିଛି ୟୁକ୍ରେନ। ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି କହିଛନ୍ତି କ୍ରେମଲିନ ଉପରେ ହୋଇଥିବା ଆକ୍ରମଣ ସମ୍ପର୍କରେ ତାଙ୍କ ପାଖରେ କୌଣସି ସୂଚନା ନାହିଁ। ଜେଲେନସ୍କି କହିଛନ୍ତି ଅନ୍ୟ ଉପରେ ଆକ୍ରମଣ କରିବା ଅପେକ୍ଷା ନିଜ ଦେଶର ସୁରକ୍ଷା ଉପରେ ଅଧିକ ଧ୍ୟାନ ଦେବା ଉଚିତ ଭାବୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ