Masthead

ଭୁଶୁଡ଼ିଲା ଦର୍ଶକ ଗ୍ୟାଲେରୀ, ୭ ଦିନ ପୂର୍ବରୁ ହୋଇଥିଲା ଲୋକାର୍ପଣ

ବାଙ୍କୀ(ବଡ଼ ଖବର ବ୍ୟୁରୋ): ଭୁଶୁଡ଼ିଲା ଦର୍ଶକ ଗ୍ୟାଲେରୀ । ଲୋକାର୍ପଣ ହେବାର ୭ ଦିନ ଭିତରେ ଭୁଶୁଡ଼ି ପଡ଼ିଛି ଗ୍ୟାଲେରୀ । କଟକ ଜିଲ୍ଲା ବାଙ୍କୀ ମହାବିଦ୍ୟାଳୟର ଖେଳ ପଡ଼ିଆରେ ଦର୍ଶକଙ୍କ ପାଇଁ ନୂଆ କରି ତିଆରି ହୋଇଥିଲା ଗ୍ୟାଲେରୀ । ଆଉ ଗ୍ୟାଲେରୀ ଲୋକାର୍ପଣ ହେବାର ମାତ୍ର ୭ ଦିନରେ ତାହା ଭୁଶୁଡ଼ି ପଡ଼ିଛି । ବର୍ଷା ଯୋଗୁ ଏହା ଭୁଶୁଡି ପଡିଛି ।

ବାଙ୍କୀ ପୂର୍ତ୍ତ ବିଭାଗ ଜରିଆରେ ଠିକାଦାର ଏହାର ନିର୍ମାଣ କାର୍ଯ୍ୟ କରିଥିଲେ। ଗତ ୨୩ ତାରିଖରେ ସାଧାରଣଲୋକ ତଥା ଛାତ୍ରଛାତ୍ରୀ ମାନଙ୍କ ପାଇଁ ଏହାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଲୋକାର୍ପଣ କରିଥିଲେ। ନିମ୍ନମାନର କାର୍ଯ୍ୟ ଯୋଗୁଁ ଏଭଳି ସ୍ଥିତି ଉପୁଜିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି । ତେବେ ଏଭଳି ଘଟଣା ନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ