Masthead

ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଆବାସ ଭେଳିକି

ପୋଲସରା (ବଡ଼ ଖବର ବ୍ୟୁରୋ): ଗରିବଙ୍କ ପାଇଁ ସରକାର କରିଛନ୍ତି ଅନେକ ଯୋଜନା । କିନ୍ତୁ କେତକ ଅଧିକରୀଙ୍କ ଖାମଖିଆଲି ମନୋଭାବ ଯୋଗୁଁ ଏଥିରୁ ବଞ୍ଚିତ ହେଉଛନ୍ତି ପ୍ରକୃତ ହିତାଧିକାରୀ । ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା ଗଞ୍ଜାମରେ ଦେଖିବାକୁ ମିଳିଛି ଏହାର ଜ୍ୱଳନ୍ତ ଉଦାହରଣ । ଆବସ ଖଣ୍ଡେ ନପାଇ ଭଙ୍ଗା ଦଦରା ଘରେ ଜୀବନ ବିତାଉଛନ୍ତି ପୋଲସରା ବ୍ଲକ କଳମ୍ବ ପଞ୍ଚାୟତର ବିଦେଶୀ ଦାସ ଓ ତାଙ୍କ ସ୍ତ୍ରୀ ରହଣି ଦାସ । ଦେଖାଶୁଣା କରିବା ପାଇଁ ପାଖରେ ନିଜର ବୋଲି କେହି ନାହିଁ । ଓଳିଏ ଖାଇଲେ ଆରଓଳି ଉପାସ । ଏଭଳି ଅବସ୍ଥାରେ ଘରଖଣ୍ଡେ ପାଇଁ ପଞ୍ଚାୟତ ଅପିସଠାରୁ ଆରମ୍ଭ କରି ବ୍ଲକ ଅଫିସକୁ ଧାଇଁ ଧାଇଁ ନୟାନ୍ତ ହେଲେଣି ବିଦେଶୀ । କିଛି ଅସାଧୁ ଅଫିସରଙ୍କ ଯୋଗଁ ବିଦେଶୀ ସରକାରୀ ସୁବିଧାରୁ ବଞ୍ଚିତ ହୋଇଥିବା ଚର୍ଚ୍ଚା ହେଉଛି । କରୋନା ପାଇଁ ନୁଆ ଆବାସ ଲିଷ୍ଟି ଆସିନାହିଁ,ଆସିଲେ ଆମେ ବିଦେଶୀଙ୍କୁ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି କଳମ୍ବ ସରପଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ