Masthead

ସଜେଇ ହୋଇଛି ଅଯୋଧ୍ୟା, ଆଜି ସନ୍ଧ୍ୟାରେ ପୁଷ୍ପକ ବିମାନରେ ଆସିବେ ପ୍ରଭୁ ରାମଚନ୍ଦ୍ର

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଦୀପାବଳୀ ପାଇଁ ସଜେଇ ହୋଇଛି ଅଯୋଧ୍ୟା । ଭଗବାନ ଶ୍ରୀରାମଙ୍କ ନଗରୀ ସଜେଇ ହେବାରେ ଲିଗିଛି । ଦୀପାବଳୀ ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁରୁ ସହର । ତେବେ ଏବର୍ଷ ଦୀପାବଳୀରେ ଏକାସାଙ୍ଗରେ ୨୪ ଲକ୍ଷ ଦୀପରେ ଆଲୋକିତ ହେବ ଅଯୋଧ୍ୟା । ଏଥିପାଇଁ ରାମଙ୍କ ପୀଠ ଓ ଚୌଧୁରୀ ଚରଣ ସିଂହଙ୍କ ଘାଟ ସମେତ ୫୧ଟି ପ୍ରମୁଖ ଘାଟରେ ପ୍ରସ୍ତୁତି କରାଯାଇଛି । ୨୫ ହଜାରରୁ ଅଧିକ ସ୍ୱେଚ୍ଛାସେବୀ ଦୀପୋତ୍ସବରେ ପୁଣି ଥରେ ବିଶ୍ୱ ରେକର୍ଡ କରିବେ । ଗତବର୍ଷ ଦୀପାବଳିରେ ୧୫ ଲକ୍ଷ ଦୀପ ଲଗାଇବା ପାଇଁ ୨.୦୫ କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା । ୨୦୧୭ରେ ଯୋଗୀ ଆଦିତ୍ୟନାଥ ଉତର ପ୍ରଦେଶର ମୁଖ୍ୟମନ୍ତ୍ରୀ ହେବା ପରେ ଏହା ହେଉଛି ସପ୍ତମ ଦୀପୋତ୍ସବ ।

କେବଳ ବିଶ୍ୱ ରେକର୍ଡ ନୁହେଁ, ଅଧିକରୁ ଅଧିକ ଲୋକଙ୍କୁ ଯୋଡ଼ିବା ପାଇଁ ଯୋଜନା କରାଯାଇଛି । ଏହି ଦୀପୋତ୍ସବରେ ରୁଷିଆ, ଶ୍ରୀଲଙ୍କା, ସିଙ୍ଗାପୁର ଓ ନେପାଳର ବିଦେଶୀ କଳାକାରଙ୍କୁ ନେଇ ରାମଲୀଳା ମଧ୍ୟ ଆୟୋଜିତ ହେବ । କେବଳ ସେତିକି ନୁହେଁ, ଦେଶର ୨୧ଟି ରାଜ୍ୟର ରାମଲୀଳା ଓ ରାମାୟଣ ପରମ୍ପରା ଉପରେ ଆଧାରିତ ଲୋକନୃତ୍ୟର ମଧ୍ୟ ଆୟୋଜନ କରାଯିବ । ଦୀପୋତ୍ସବରେ ସାମିଲ ହୋ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିମନ୍ତ୍ରଣ କରିଥିଲା ଉତରପ୍ରଦେଶ ସରକାର । କିନ୍ତୁ ବ୍ୟସ୍ତବହୁଳ କାର୍ୟ୍ୟକ୍ରମ ଯୋଗୁଁ ଏହି କାର୍ୟ୍ୟକ୍ରମରେ ଯୋଗ ଦେଇପାରିବେନି ରାଷ୍ଟ୍ରପତି ।

ସେପଟେ ଦୀପୋତ୍ସବରେ ଲେଜର ସୋ’ ଆୟୋଜନ କରାଯାଇଛି । ରାମଙ୍କ ପାଦଦେଶରେ ଲେଜର ସୋ’ରେ ରାମଙ୍କ ଜୀବନର ଝଲକ ଦେଖିବାକୁ ମିଳିବ । ଉତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିର୍ଦ୍ଦେଶରେ ଦୀପୋତ୍ସବ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି । ଆଜି ସନ୍ଧ୍ୟାରେ ଭଗବାନ ରାମ ବନବାସୀ ବେଶରେ ପୁଷ୍ପକ ବିମାନ ବା ହେଲିକପ୍ଟରରେ ଲକ୍ଷ୍ମଣ ଓ ସୀତାଙ୍କ ସହ ଆସି ରାମକଥା ପାର୍କରେ ପହଞ୍ଚିବେ । ସେଠରେ ଗୁରୁ ବଶିଷ୍ଠଙ୍କ ରୂପରେ ଯୋଗୀ ଆଦିତ୍ୟ ନାଥ ଏବଂ ରାଜ୍ୟପାଳ ଆନନ୍ଦିବେନ ସେମାନଙ୍କୁ ସ୍ୱାଗତ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ପାକିସ୍ତାନର ୯ ବିମାନ ନଷ୍ଟ 🔴 ସଚିବାଳୟ ଛାଡି ଜିଲ୍ଲା ମୁହାଁ ସିଏମ୍