Masthead

ଖୋଲିଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର

ଆରଡି (ବଡ଼ ଖବର ବ୍ୟୁରୋ): ମହାମାରୀ କରୋନା ଭୟଭୟତାକୁ ନେଇ ଦୀର୍ଘ ୪ମାସ ହେବ ବନ୍ଦ ରହିଥିଲା ଆରଡିପୀଠର ବାବା ଆଖଣ୍ଡଳମଣିଙ୍କ ମନ୍ଦିର। ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବାରୁ ରାଜ୍ୟର ସମସ୍ତ ଧର୍ମାଷ୍ଠାନକୁ ଖୋଲିବା ପାଇଁ ରାଜ୍ୟ ସରକାର ଅନୁମତି ଦେଇଥିଲେ। ହେଲେ ପବିତ୍ର ଶ୍ରାବଣୀ ଜଳାଭିଷେକ ନୀତି ରହିଥିବାରୁ ମନ୍ଦିର ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ମିଳିନଥିଲା।

ଆଜି ସୋମବାର ଠାରୁ ମନ୍ଦିର ଖୋଲିବା ପାଇଁ ମିଳିଛି ଅନୁମତି। ଏଥିପାଇଁ ଜାରି ହୋଇଛି ଏସଓପି। ଭକ୍ତମାନେ ସ୍ୱତନ୍ତ୍ର ବ୍ୟାରିକେଡରେ ଯାଇ କେବଳ ବାବାଙ୍କୁ ଦର୍ଶନ କରିବେ। ଏପରିକି ଶ୍ରଦ୍ଧାଳୁମାନେ ମନ୍ଦିର ମଧ୍ୟରୁ କୌଣସି ପୂଜାସାମଗ୍ରୀ, ଭୋଗ ଫୁଲ ଆଦି ନନେବା ପାଇଁ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ମାକ୍ସ ପିନ୍ଧିବା ସହ ସାମାଜିକ ଦୂରତା ଅବଲମ୍ବନ କରିବା ପାଇଁ ମଧ୍ୟ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟାରିକେଡ ନିର୍ମାଣ କରାଯାଇଛି।

ସେହିପରି ମନ୍ଦିର ସାନିଟାଇଜ ପାଇଁ ପ୍ରତି ଶନିବାର ସର୍ବସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ତାହାସହ ୧୦ବର୍ଷରୁ କମ୍ ଓ ୬୫ବର୍ଷରୁ ଅଧିକ ବ୍ୟକ୍ତି ମନ୍ଦିର ନଯିବା ପାଇଁ ଜିଲା ପ୍ରଶାସନ ପରାମର୍ଶ ଦେଇଛନ୍ତି। ଏହାର ସ୍ଥିତି ପରଖିବା ପାଇଁ ରବିବାର ଭଦ୍ରକ ଉପଜିଲ୍ଲାପାଳ ତଥା ମନ୍ଦିର ଟ୍ରଷ୍ଟି ପିତାମ୍ବର ସାମଲ ମନ୍ଦିରର ସେବାୟତଙ୍କ ସହ ଆଲୋଚନା କରିବା ସହିତ ମନ୍ଦିର ବେଢା ବୁଲି ଦେଖିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା