Masthead

ଖୋଲିଲା ବାବା ଆଖଣ୍ଡଳମଣିଙ୍କ ମନ୍ଦିର

ଆରଡି (ବଡ଼ ଖବର ବ୍ୟୁରୋ): ମହାମାରୀ କରୋନା ଭୟଭୟତାକୁ ନେଇ ଦୀର୍ଘ ୪ମାସ ହେବ ବନ୍ଦ ରହିଥିଲା ଆରଡିପୀଠର ବାବା ଆଖଣ୍ଡଳମଣିଙ୍କ ମନ୍ଦିର। ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବାରୁ ରାଜ୍ୟର ସମସ୍ତ ଧର୍ମାଷ୍ଠାନକୁ ଖୋଲିବା ପାଇଁ ରାଜ୍ୟ ସରକାର ଅନୁମତି ଦେଇଥିଲେ। ହେଲେ ପବିତ୍ର ଶ୍ରାବଣୀ ଜଳାଭିଷେକ ନୀତି ରହିଥିବାରୁ ମନ୍ଦିର ଖୋଲିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନୁମତି ମିଳିନଥିଲା।

ଆଜି ସୋମବାର ଠାରୁ ମନ୍ଦିର ଖୋଲିବା ପାଇଁ ମିଳିଛି ଅନୁମତି। ଏଥିପାଇଁ ଜାରି ହୋଇଛି ଏସଓପି। ଭକ୍ତମାନେ ସ୍ୱତନ୍ତ୍ର ବ୍ୟାରିକେଡରେ ଯାଇ କେବଳ ବାବାଙ୍କୁ ଦର୍ଶନ କରିବେ। ଏପରିକି ଶ୍ରଦ୍ଧାଳୁମାନେ ମନ୍ଦିର ମଧ୍ୟରୁ କୌଣସି ପୂଜାସାମଗ୍ରୀ, ଭୋଗ ଫୁଲ ଆଦି ନନେବା ପାଇଁ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ମାକ୍ସ ପିନ୍ଧିବା ସହ ସାମାଜିକ ଦୂରତା ଅବଲମ୍ବନ କରିବା ପାଇଁ ମଧ୍ୟ ସୂଚନା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟାରିକେଡ ନିର୍ମାଣ କରାଯାଇଛି।

ସେହିପରି ମନ୍ଦିର ସାନିଟାଇଜ ପାଇଁ ପ୍ରତି ଶନିବାର ସର୍ବସାଧାରଣ ଭକ୍ତଙ୍କ ଦର୍ଶନ ବନ୍ଦ ରହିବ। ତାହାସହ ୧୦ବର୍ଷରୁ କମ୍ ଓ ୬୫ବର୍ଷରୁ ଅଧିକ ବ୍ୟକ୍ତି ମନ୍ଦିର ନଯିବା ପାଇଁ ଜିଲା ପ୍ରଶାସନ ପରାମର୍ଶ ଦେଇଛନ୍ତି। ଏହାର ସ୍ଥିତି ପରଖିବା ପାଇଁ ରବିବାର ଭଦ୍ରକ ଉପଜିଲ୍ଲାପାଳ ତଥା ମନ୍ଦିର ଟ୍ରଷ୍ଟି ପିତାମ୍ବର ସାମଲ ମନ୍ଦିରର ସେବାୟତଙ୍କ ସହ ଆଲୋଚନା କରିବା ସହିତ ମନ୍ଦିର ବେଢା ବୁଲି ଦେଖିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା