Masthead

ଭେନେଜୁଏଲାରେ ବ୍ୟାକ୍ ଟୁ ବ୍ୟାକ୍ ଭୂମିକମ୍ପ, ସୁନାମୀ ଆଲର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା ସବୁ କିଛି ଛାରଖାର କରି ଦେଇଛି । ମାତ୍ର ୪୫ ସେକେଣ୍ଡରେ ୨ ଥର ବ୍ୟାକ୍ ଟୁ ବ୍ୟାକ୍ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ପ୍ରଥମ ଭୂମିକମ୍ପ ତୀବ୍ରତା ୭.୧ ଏବଂ ଦ୍ୱିତୀୟ ଭୂମିକମ୍ପର ତୀବ୍ରତା ୭.୫ ରେକର୍ଡ କରାଯାଇଛି । କାରାକାସରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଭୂମିକମ୍ପ ପରେ କାରିବିଆନ୍ ଦ୍ୱୀପରେ ସୁନାମୀ ଆଲର୍ଟ ଜାରି ହୋଇଛି ।

ଅନେକ ଦେଶକୁ ସୁନାମୀ ବିପଦ ରହିଛି । ଶକ୍ତିଶାଳୀ ଭୂମିକମ୍ପରେ ଅନେକ ସୁଉଚ୍ଚ ଅଟ୍ଟାଳିକା ମାଟିରେ ମିଶିଛି । ପ୍ରାରମ୍ଭିକ ରିପୋର୍ଟ ଅନୁସାରେ କିଛି ଲୋକ ଆହତ ହୋଇଛନ୍ତି । କିଛି ଲୋକଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ୧୨୬ ବର୍ଷରେ ଏହା ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି ।ହଠାତ୍ ଭୂମିକମ୍ପରେ ଅନେକ ଅଞ୍ଚଳରେ କୋଠାବାଡ଼ି ଦୋହଲି ଉଠିଥିଲା। ଭୟଭୀତ ଲୋକମାନେ ଘର, ଅଫିସ ଓ ବ୍ୟବସାୟିକ ପ୍ରତିଷ୍ଠାନରୁ ବାହାରକୁ ଦୌଡ଼ି ଆସିଥିଲେ । ପ୍ରାରମ୍ଭିକ ସୂଚନା ଅନୁଯାୟୀ, କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଥିବାବେଳେ ବହୁ ଲୋକ ଆହତ ହୋଇଥିବା ଖବର ମିଳିଛି । ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ସମୁଦ୍ର କୂଳ ଅଞ୍ଚଳର ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ପରିସ୍ଥିତିର ଗମ୍ଭୀରତାକୁ ଦେଖି ଭେନେଜୁଏଲା ସରକାର ଦେଶରେ ଜରୁରୀକାଳୀନ ସ୍ଥିତି ଘୋଷଣା କରିଛନ୍ତି । ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସୁରକ୍ଷା ବାହିନୀ, ଦମକଳ ଓ ବିପର୍ଯ୍ୟୟ ପରିଚାଳନା ଟିମ୍‌ମାନଙ୍କୁ ମୁତୟନ କରାଯାଇଛି । ଅନ୍ୟପକ୍ଷରେ, ସୁରକ୍ଷା ଦୃଷ୍ଟିରୁ ଦେଶର ସମସ୍ତ ବିମାନବନ୍ଦରକୁ ସାମୟିକ ଭାବେ ବନ୍ଦ କରାଯାଇଥିବା ସୂଚନା ମିଳିଛି । ବିମାନ ସେବା ବାଧାପ୍ରାପ୍ତ ହୋଇଥିବା ବେଳେ ଯାତ୍ରୀମାନଙ୍କୁ ସତର୍କ ରହିବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ