Masthead

ବଡ଼ମହାସ୍ନାନ ଯୋଗୁଁ ବନ୍ଦ ହେଲା ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ବଡ଼ମହାସ୍ନାନ ଯୋଗୁଁ ବନ୍ଦ ହେଲା ଦର୍ଶନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିଥିବାରୁ ହୋଇଛି ବଡ଼ ମହାସ୍ନାନ। ଆରମ୍ଭ ହୋଇଛି ମହାସ୍ନାନ ନୀତି । ଏଥିଲାଗି ପ୍ରାୟ ଏକଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅବକାଶ ପୂଜା ସମୟରେ ହୋଇଛି ବଡ଼ମହାସ୍ନାନ। ବଡ଼ ମହାସ୍ନାନ ସରିବା ପରେ ପୁଣି ନୀତିକାନ୍ତି ଆରମ୍ଭ ହେବ।  ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ।

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମଙ୍ଗଳବାର ଦିନ ସକାଳ ସମୟରେ ନିୟମିତ ଠାକୁରଙ୍କ ଦର୍ଶନ ଚାଲିଥାଏ । ହଠାତ୍‌ ଶ୍ରୀମନ୍ଦିର ଭିତର କାଠ ନିକଟରେ ଛେପ ପଡିଥିବାର  ସେବାୟତ ଦେଖିବାକୁ ପାଇଥିଲେ। ପରେ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ବନ୍ଦ କରାଯାଇଥିଲା।  ନୀତି ଅନୁସାରେ ବଡ଼ଦେଉଳରେ ଶ୍ରୀଜିଉଙ୍କର ମହାସ୍ନାନ ଅନୁଷ୍ଠିତ ହୋଇଛି । ମହାପ୍ରଭୁଙ୍କ ମହାସ୍ନାନ ପରେ ପୁଣି ଥରେ ନୀତିକାନ୍ତି ଆରମ୍ଭ ହେବ ବୋଲି ସୂଚନା ମିିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ