Masthead

ବଡ଼ମହାସ୍ନାନ ଯୋଗୁଁ ବନ୍ଦ ହେଲା ଦର୍ଶନ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ବଡ଼ମହାସ୍ନାନ ଯୋଗୁଁ ବନ୍ଦ ହେଲା ଦର୍ଶନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିଥିବାରୁ ହୋଇଛି ବଡ଼ ମହାସ୍ନାନ। ଆରମ୍ଭ ହୋଇଛି ମହାସ୍ନାନ ନୀତି । ଏଥିଲାଗି ପ୍ରାୟ ଏକଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅବକାଶ ପୂଜା ସମୟରେ ହୋଇଛି ବଡ଼ମହାସ୍ନାନ। ବଡ଼ ମହାସ୍ନାନ ସରିବା ପରେ ପୁଣି ନୀତିକାନ୍ତି ଆରମ୍ଭ ହେବ।  ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ।

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ମଙ୍ଗଳବାର ଦିନ ସକାଳ ସମୟରେ ନିୟମିତ ଠାକୁରଙ୍କ ଦର୍ଶନ ଚାଲିଥାଏ । ହଠାତ୍‌ ଶ୍ରୀମନ୍ଦିର ଭିତର କାଠ ନିକଟରେ ଛେପ ପଡିଥିବାର  ସେବାୟତ ଦେଖିବାକୁ ପାଇଥିଲେ। ପରେ ମହାପ୍ରଭୁଙ୍କ ସମସ୍ତ ନୀତିକାନ୍ତି ବନ୍ଦ କରାଯାଇଥିଲା।  ନୀତି ଅନୁସାରେ ବଡ଼ଦେଉଳରେ ଶ୍ରୀଜିଉଙ୍କର ମହାସ୍ନାନ ଅନୁଷ୍ଠିତ ହୋଇଛି । ମହାପ୍ରଭୁଙ୍କ ମହାସ୍ନାନ ପରେ ପୁଣି ଥରେ ନୀତିକାନ୍ତି ଆରମ୍ଭ ହେବ ବୋଲି ସୂଚନା ମିିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ