Masthead

ବଡ଼ଧରଣର ବିମାନ ଦୁର୍ଘଟଣା, ସାଂସଦଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି କୁକୁଟାରୁ ଉଡ଼ାଣ ଭରିବା ପରେ ଓକାନା ଅଭିମୁଖେ ଯାଉଥିବା ସମୟରେ ଉଡ଼ାଣ ଭରିବାର କିଛି ମିନିଟ ପରେ ଏହି ଦୁର୍ଘଟଣା ଘଟିଥିଲା।  ସାଂସଦଙ୍କ ସମେତ ୧୫ ଜଣଙ୍କର ମୃତ୍ୟୁ ହୋଇଛି । କଲମ୍ବିଆ-ଭେନେଜୁଏଲା ସୀମାବର୍ତ୍ତୀ କାଟାଟୁମ୍ବୋ ଜଙ୍ଗଲରେ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି । କଲମ୍ବିଆର ସରକାରୀ ବିମାନ ସେବା ସଂସ୍ଥା ‘ସାଟେନା’ ଦ୍ୱାରା ପରିଚାଳିତ ଏହି ବିମାନରେ ଥିଲେ ୧୫ ଜଣ ।

ସମସ୍ତଙ୍କର ମୃତ୍ୟୁ ହୋଇଛି। ବିମାନଟି ସ୍ଥାନୀୟ ସମୟ ୧୧ଟା ୪୫ରେ କୁକୁଟାରୁ ଓକାନା ଅଭିମୁଖେ ଯାତ୍ରା ଆରମ୍ଭ କରିଥିଲା ଏବଂ ଉଡ଼ାଣ ଭରିବାର ୨୦ ମିନିଟ୍ ପରେ ନିଖୋଜ ହୋଇଯାଇଥିଲା । ବିମାନଟି କାଟାଟୁମ୍ବୋର ଦୁର୍ଗମ ପାର୍ବତ୍ୟ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଉଦ୍ଧାରକାରୀ ଦଳ ଚିହ୍ନଟ କରିଛନ୍ତି । ଏହି ବିମାନରେ ୧୩ ଜଣ ଯାତ୍ରୀ ଏବଂ ୨ ଜଣ କ୍ରିଉ ସଦସ୍ୟ ଥିଲେ । ମୃତକଙ୍କ ମଧ୍ୟରେ କଲମ୍ବିଆର ଜଣେ ପ୍ରତିଷ୍ଠିତ ସାଂସଦ ଡିଓଜେନେସ୍ କ୍ୱିଣ୍ଟେରୋ ମଧ୍ୟ ରହିଛନ୍ତି । କଲମ୍ବିଆ ବାୟୁସେନା ଏବଂ ସିଭିଲ୍ ଆଭିଏସନ୍ ପକ୍ଷରୁ ତୁରନ୍ତ ତଲାସି ଅଭିଯାନ ଆରମ୍ଭ କରାଯାଇଥିଲା ।

କିନ୍ତୁ ପ୍ରବଳ ବର୍ଷା, କୁହୁଡ଼ି ଏବଂ ସେହି ଅଞ୍ଚଳରେ ସକ୍ରିୟ ଥିବା ବିଦ୍ରୋହୀ ଗୋଷ୍ଠୀଙ୍କ ଭୟ ଯୋଗୁଁ ଉଦ୍ଧାର କାର୍ଯ୍ୟରେ ଅନେକ ସମସ୍ୟା ହୋଇଥିଲା । ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସରକାରୀ ଏବଂ ବିମାନ ଅଧିକାରୀମାନେ ନିଶ୍ଚିତ କରିଛନ୍ତି ଯେ, ଦୁର୍ଘଟଣାଗ୍ରସ୍ତ ବିମାନଟି ଏକ Beechcraft 1900D ଥିଲା, ଏଥିରେ ୧୩ ଜଣ ଯାତ୍ରୀ ଏବଂ ଦୁଇ ଜଣ କ୍ରୁ ସଦସ୍ୟ ଥିଲେ। ମୃତକଙ୍କ ମଧ୍ୟରେ ସଂସଦର ଜଣେ ସଦସ୍ୟ ଏବଂ ଆଗାମୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜଣେ ବିଧାୟକ ପ୍ରାର୍ଥୀ ଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ?