Masthead

ମହିଳା କମିଶନରୁ ବାହାରି କଣ କହିଲେ ଅନୁଭବ ଜାଣନ୍ତୁ ?

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବର୍ଷା-ଅନୁଭବ ଘରୋଇ ହିଂସାକୁ କେନ୍ଦ୍ରକରି ବର୍ଷା ପ୍ରିୟଦର୍ଶିନୀ ମହିଳା କମିଶନଙ୍କ ନିକଟରେ ଅଭିଯୋଗ କରିଥିଲେ। ବର୍ଷାଙ୍କ ଅଭିଯୋଗ ଆଧାରରେ ମହିଳା କମିଶନ ଅନୁଭବ ମହାନ୍ତି,ତାଙ୍କ ବାପା ଓ ମାଙ୍କୁ ଡିସେମ୍ବର୨୯ ତାରିଖରେ ବ୍ୟକ୍ତିଗତ ଭାବେ ହାଜର ହୋଇ ନିଜ ନିଜର ପକ୍ଷ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ । ସେଥିପାଇଁ କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଆଜି ମହିଳା କମିଶନରେ ପହଞ୍ଚି ନିଜର ପକ୍ଷ ରଖିଥିଲେ କିନ୍ତୁ ତାଙ୍କ ବାପା ଓ ମାଆ ମହିଳା କମିସନରେ ହାଜର ହୋଇ ନଥିଲେ । ମହିଳା କମିଶନରୁ ବାହାରିବା ପରେ ସାଂସଦ ଅନୁଭବ ମହାନ୍ତି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ମା ଓ ମହିଳାଙ୍କ ସୁବିଧା ପାଇଁ ମହିଳା କମିଶନ ହୋଇଛି । ମହିଳା କମିଶନ ମୋତେ ନୋଟିସ କରିଥିଲେ । ମହିଳା କମିଶନଙ୍କୁ ସମ୍ମାନ ଜଣାଇ ମୁଁ ଆସିଥିଲି ।

ତେବେ ମହିଳା କମିଶନଙ୍କ ସାମ୍ନାରେ ବର୍ଷା-ଅନୁଭବ ମୁହାଁ ମୁହିଁ ଆଲୋଚନା ହେବାପରେ ଦୀର୍ଘ ଦିନଧରି ଲାଗି ରହିଥିବା ଦ୍ୱନ୍ଦର ନିଷ୍କର୍ଶ ବାହାରିଛି । ଏ ଆଲୋଚନା ଫଳପ୍ରଦ ହେବବୋଲି ମହିଳା କମିଶନ ଅଧକ୍ଷା ମିନତୀ ବେହେରା ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ