Masthead

ଜାରିହେଲା ଜାନୁଆରୀର ଗାଇଡଲାଇନ: ଜିରୋନାଇଟ ସେଲିବ୍ରେସନକୁ ନା

ସିନେମା ହଲ୍ ଖୋଲିବାକୁ ସରକାରଙ୍କ ଗ୍ରୀନ୍ ସିଗନାଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପୂର୍ବାପେକ୍ଷା ରାଜ୍ୟରେ ସଂକ୍ରମଣ ସ୍ଥିତିରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାର ଜାରି କରିଛନ୍ତ ଗାଇଡଲାଇନ । କିଛିଟା କଟକଣା ମଧ୍ୟରେ ଜାନୁଆରୀରେ ଜନଜୀବନକୁ ସ୍ୱାଭାବିକ କରିବା ପାଇଁ ସରକାର ଉଦ୍ୟମ କରିଛନ୍ତି।

କେନ୍ଦ୍ର ସରକାରଙ୍କ ଅନଲକ ଗାଇଡଲାଇନ୍ ଅନୁରୂପକ କେବଳ କଣ୍ଟେନମେଣ୍ଟ ଜୋନ୍ ଭିତରେ ଲକଡାଉନ୍ ଲାଗୁ କରିବାକୁ ନିଷ୍ପତି ନିଆଯାଇଛି। ସେପଟେ ସିନେମା ହଲ୍ ଓ ଥିଏଟର ଆଦିକୁ ସରକାର ଗ୍ରୀନ ସିଗନାଲ ଦେଇଥିବାବେଳେ ନୂଆ ବର୍ଷରେ ସେଲିବ୍ରେସନ ଅର୍ଥାତ ଜିରୋ ନାଇଟ ସେଲିବ୍ରେସନକୁ ସମ୍ପୂର୍ଣ୍ଣ ରୂପରେ ନା କରିଛନ୍ତି । ସିନେମା ହଲଗୁଡ଼ିକୁ ଅଧା ଲୋକରେ ଚାଲିବାକୁ ଅନୁମତି ଦିଆଯାଇଥିବା ବେଳେ ଯାତ୍ରା, ଏଣ୍ଟରଟେନମେଣ୍ଟ କମ୍ପେ୍ଲକ୍ସ, ଥିଏଟର, ଅଡିଟୋରିୟମ ଆଦି ପାଇଁ ସ୍ଥାନୀୟ ପ୍ରଶାସନ ଉପରେ ଛାଡ଼ିଦେଇଛନ୍ତି ସରକାର।

ପ୍ରଥମଥର ପାଇଁ ଜାନୁୟାରୀ ୩୧ତାରିଖ ପର୍ୟ୍ୟନ୍ତ ସାମାଜିକ, ରାଜନୀତିକ, କ୍ରୀଡ଼ା, ଧାର୍ମିକ, ଆମୋଦପ୍ରମୋଦ, ସାଂସ୍କୃତିକ, ଶିକ୍ଷା ସମ୍ବନ୍ଧୀୟ ଆଦି ସମସ୍ତ ପ୍ରକାରର ସମାବେଶରେ ସର୍ବାଧିକ ୨୦୦ଜଣ ଲୋକଙ୍କୁ ଅନୁମତି ମିଳିଛି । ସେହିପରି ବାହାଘରରେ ୨୦୦ ଓ ମୃତକର୍ମରେ ସର୍ବାଧିକ ୧୦୦ଜଣଙ୍କୁ ସାମିଲ ପାଇଁ ଅନୁମତି ମିଳିଛି। ସର୍ବପରି କୋଭିଡ ଗାଇଡଲାଇନ ଯଥା- ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ପାଳନ, ସାନିଟାଇଜର ବ୍ୟବସ୍ଥା ବଳବତ୍ତର ରହିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ୍ତ କୁମାର ଜେନା । ଏହି ଗାଇଡଲାଇନର ଅବଧି ଜାନୁୟାରୀ ୧ରୁ ୩୧ତାରିଖ ପର୍ୟ୍ୟନ୍ତ ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି