Masthead

ଆସନ୍ତା ୮ରୁ ଖୋଲିବ ସ୍କୁଲ, ମେ ୩ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି । ଦୀର୍ଘ ୯ ମାସ ପରେ ସ୍କୁଲ ଯାଇ ପାଠ ପଢିବେ ଛାତ୍ରଛାତ୍ରୀ । କରୋନା କଟକଣା ପାଇଁ ବନ୍ଦ ଥିବା ସ୍କୁଲ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତା ଜାନୁଆରୀ ୮ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ । ଶନିବାର ଓ ରବିବାରକୁ ମିଶାଇ ୧୦୦ ଦିନ ପାଠ ପଢିବା ପରେ ପରୀକ୍ଷାଦେବେ ଛାତ୍ରଛାତ୍ରୀ । ଏଥିନିମନ୍ତେ ଏକ ଗାଇଡ୍‌ଲାଇନ୍‌ ଜାରି କରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବାକୁ ନିଷ୍ପତ୍ତି ନେଇଛି ।

ସୂଚନାଯୋଗ୍ୟ କୋଭିଡ୍‌ କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନ ଗୁଡ଼ିକ ବନ୍ଦ ଥିବାବେଳେ ରାଜ୍ୟ ସରକାର ଆସନ୍ତା ୮ ତାରିଖରୁ ସ୍କୁଲ ଖୋଲିବାକୁ ଯାଉଛନ୍ତି । ତେବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରଛାତ୍ରୀମାନେ ପାଠପଢ଼ିବାକୁ ଯିବେ । ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ହେଉଥିବା ବାର୍ଷିକ ପରୀକ୍ଷା ନିମନ୍ତେ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାମାନଙ୍କୁ ପ୍ରସ୍ତୁତ କରିବା ସହିତ ବିଭିନ୍ନ ସମୟରେ ଅନୁଷ୍ଠିତ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଅଂଶଗ୍ରହଣ କରିବା ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କରିବାକୁ ହେବ । ସେଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶିକ୍ଷାନୁଷ୍ଠାନ ଖୋଲିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ।

ମାଧ୍ୟମିକ ଶିକ୍ଷା ବୋର୍ଡ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଜାନୁଆରୀ ୮ ତାରିଖରୁ ଅପ୍ରେଲ ୨୬ ତାରିଖ ପର୍ୟ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କର ପାଠପଢ଼ା ଜାନୁଆରୀ ୮ରୁ ଅପ୍ରେଲ ୨୮ ପର୍ୟ୍ୟନ୍ତ ଚାଲିବ । ଦଶମ ଶ୍ରେଣୀ ପିଲା ମାନଙ୍କର ପ୍ରାକଫିକାଲ୍‌ ପରୀକ୍ଷାଗୁଡ଼ିକ ଅପ୍ରେଲ ୨୭ରୁ ମଇ ୨ ତାରିଖ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅପ୍ରେଲ ୨୯ରୁ ମଇ ୧୪ ତାରିଖ ପର୍ୟ୍ୟନ୍ତ ହେବ ।

ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ମଇ ୩ ତାରିଖରୁ ମଇ ୧୫ ତାରିଖ ପର୍ୟ୍ୟନ୍ତ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମଇ ୧୫ରୁ ଜୁନ୍‌ ୧୧ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ । ଉପରୋକ୍ତ ନିର୍ଘଣ୍ଟ ଅନୁସାରେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର/ରବିବାରକୁ ମିଶାଇ ୧୦୦ ଦିନ ପାଠପଢ଼ା ହେବ । ପାଠପଢ଼ା ନିମନ୍ତେ ଏକ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି । ଏହି ମାର୍ଗଦର୍ଶିକା ଅନୁସାରେ ସରକାରୀ ସାହାଯ୍ୟପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ । ଏହା ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀଗୁଡ଼ିକର ଅନୁପାଳନ ବାଧ୍ୟତାମୂଳକ ହେବ । ଏଠାରେ ସୂଚନାଯୋଗ୍ୟ ଯେ, କୋଭିଡ୍‌ ମହାମାରୀ କାରଣରୁ ଗତ ମାର୍ଚ୍ଚ ମାସରୁ ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ବିଭିନ୍ନ ମାଧ୍ୟମରେ ଅନ୍‌ଲାଇନ୍‌ ଶିକ୍ଷାଦାନର ବ୍ୟବସ୍ଥା କରିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ