Masthead

ଆଜିଠୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଆଜିଠୁ ଆରମ୍ଭ ହୋଇଛି । ଡିସେମ୍ବର ୩୧ ଯାଏ ଚାଲିବାକୁ ଥିବା ଏହି ଅଧିବେଶନର ପ୍ରଥମ ଦିନରେ ଦିବଂଗତ ସଦସ୍ୟମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା । ଗୃହର ନେତା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଏହାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, କଂଗ୍ରେସ ବିଧାୟକ ଦଳନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ । ଶୋକ ପ୍ରସ୍ତାବ ଗୃହିତ ହେବାପରେ ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

ଅପରାହ୍ନରେ ଚଳିତ ବର୍ଷ ପାଇଁ ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ । ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାହାରୀ ୧୧ ହଜାର ୨ ଶହ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିବେ । ଆସନ୍ତା ୨୯ ତାରିଖ ଆପ୍ରୋପ୍ରିଏସନ ବିଲ୍ ଆଗତ ହେବ ।

ଏଥର ଅଧିବେଶନ ମୋଟ ୧୦ଟି ବିଲ୍ ଆଗତ ହେବ । ୩ ଅଧ୍ୟାଦେଶକୁ ଆଇନରେ ପରିଣତ କରିବା ପାଇଁ ପ୍ରସ୍ତାବ ଆସିବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି । କୋଭିଡ୍ କଟକଣା ମଧ୍ୟରେ ଚାଲିଥିବା ଏହି ଅଧିବେଶନରେ ସମସ୍ତ ପ୍ରତିକାର ମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବିଧାୟକ ଓ ମନ୍ତ୍ରୀମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରଖାଯାଇଛି । ଏହା ବ୍ୟତୀତ ଅନେକ କଟକଣା ମଧ୍ୟ ଲାଗୁ ହୋଇଛି । ପୂର୍ବ ଅଧିବେଶନ ଭଳି ଏଥର ବି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୃହକାର୍ଯ୍ୟରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର!