ବିଧାୟକଙ୍କ ଘର ଉଚ୍ଛେଦ ଦାବି ଜୋର ଧରିଲା

ବଡ଼ମ୍ବା(ବଡ଼ ଖବର ବ୍ୟୁରୋ): ବଡ଼ମ୍ବା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦେବୀପ୍ରସାଦ ମିଶ୍ରଙ୍କ ଘର ଭାଙ୍ଗିବା ପାଇଁ ବିଜେପି ପକ୍ଷରୁ ଆରମ୍ଭ ହୋଇଛି ଆନ୍ଦୋଳନ । ନରସିଂହପୁର ତହସିଲର ଡମକଟା ମୌଜାର କାତାନଂ ୧୨୬, ପ୍ଳଟ ନଂ ୧୯୭ ଓ ୧୯୭/୫୨୬ କିସମ ବଗାୟତକୁ ଜବରଦଖଲ କରି ସେଠାରେ ଦସ୍ୱବ ମହଲା ଘର କରିଛନ୍ତି ବିଧାୟକ ଦେବୀ ମିଶ୍ର । ମୋଟ ୧/୯୮ ସରକାରୀ ଜମି ସେ ବେଆଇନ ଭାବେ ଦଖଲ କରିଛନ୍ତି ବୋଲି ବିଜେପି ଅଭିଯୋଗ କରିଛି । ଏହୀ ସରକାରୀ ଜମିକୁ ମାପଚିହ୍ନଟ କରି ଜବରଦଖଲ ଉଚ୍ଛେଦ ପାଇଁ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବପ୍ରସାଦ ପଣ୍ଡା ସ୍ଥାନୀୟ ତହସିଲଦାର ଆଲୋକ କୁମାର ଦେହୁରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ବିଧାୟକଙ୍କ ବେଆଇନ ଜବରଦଖଲ ଉଚ୍ଛେଦ ନହେଲେ ବିଜେପି ରାଜରାସ୍ତାକୁ ଓହ୍ଲାଇବ ବୋଲି ଶିବପ୍ରସାଦ ଚେତାବନୀ ଦେଇଛନ୍ତି । ସେପଟେ ବିଧାୟକ ଦେବୀପ୍ରସାଦ ମିଶ୍ର କହିଛନ୍ତି ବିଜେପି ବାଉଳା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!