Masthead

ବ୍ରିଜ୍‌ ଉପରକୁ ଚଢ଼ିଗଲା ବସ୍‌

ବାହାନଗା (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ବାହାନଗା ଛକ ନିକଟରେ ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣା ହୋଇଛି ।  ବସଟି ଦୁର୍ଘଟଣା ପୋଲକୁ ଧକ୍କା ଦେଇ ୩୦ ଫୁଟ ତଳକୁ ଖସିପଡ଼ିଥିଲା ।  ବସଟି କଲିକତାରୁ ପୁରୀ ଅଭିମୁଖେ ଯାଉଥିଲା । ଭେଙ୍କେଟଲକ୍ଷ୍ମୀ ବସ୍ ଭାରସମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଯିବାରୁ, ପୋଲକୁ ବାଡ଼େଇ ହୋଇ ତଳକୁ ଖସିପଡ଼ିଲେ ଡ୍ରାଇଭର । ସୂଚନା ମୁତାବକ ଆଜି ସକାଳ ସମୟରେ କଲିକତାରୁ ପୁରୀ ଅଭିମୁଖେ ଯାଉଥିବା ଶ୍ରୀ ଭେଙ୍କେଟଲକ୍ଷ୍ମୀ ନାମକ ଏକ ତୀର୍ଥଯାତ୍ରୀ ବସ ଭାରସମ୍ୟ ହରାଇ ଡିଭାଇଡର ଉପରକୁ ଚଡ଼ିଯାଇଥିଲା।

ଫଳରେ ବସରେ ଥିବା ଡ୍ରାଇଭର ପୋଲକୁ ବାଡେଇହୋଇ ପୋଲ ତଳକୁ ଖସି ପଡ଼ିଥିବା ବେଳେ ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି । ତେବେ ବସରେ ୪୦ଯାତ୍ରୀ ନେଇ ଯାଉଥିବାବେଳେ ୧୦ରୁ ଅଧିକ ଗୁରୁତର ଥିବା ଜଣାପଡ଼ିଛି। ସେମାନଙ୍କୁ ଖନ୍ତାପଡ଼ା ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ନିମନ୍ତେ ନିଆଯାଇଥିବା ଜଣା ପଡ଼ିଛି । ଘଟଣାସ୍ଥଳରେ ଖନ୍ତାପଡ଼ା ପୋଲିସ,ବାହାନଗା ଅଗ୍ନିଶମ ବିଭାଗ,ଜାତୀୟ ରାଜପଥ ପୋଲିସ ମିଳିତ ଭାବେ ଆହତ ଯାତ୍ରୀ ମାନଙ୍କୁ ଉଧାର କରି ତଦନ୍ତ ଚଳାଇଛନ୍ତି ।ଦୁର୍ଘଟଣା ର କାରଣ ଜଣା ପଡିନଥିବା ବେଳେ ମୃତକ ଡ୍ରାଇଭରଙ୍କ ପରିଚୟ ମିଳିପାରିନି । ଏମାନେ ସମସ୍ତେ ଜେନାଲୁରମ ଜିଲ୍ଲା ରୁ ଆସଥିବା ଜଣା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା