ଜାଲରେ ରକେଟ୍

ବାହାନଗା, (ବଡ଼ ଖବର ବ୍ୟୁରୋ): ସମୁଦ୍ରକୁ ମାଛ ଧରି ଯାଇଥିବା ମତ୍ସ୍ୟଜୀବୀଙ୍କ ଜାଲରେ ଲାଗିଛି ରକେଟ୍ । ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଖରାସାହାପୁରରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ପଞ୍ଚୁବିସା ନଦୀପଥ ଦେଇ ସମୁଦ୍ରକୁ ମାଛ ଧରିବାକୁ ଯାଇଥିଲେ ମତ୍ସ୍ୟଜୀବୀ । ଜାଲରେ ରକେଟ ଲାଗିଥିବା ଜାଣିବା ପରେ ଡରି ଯାଇଥିଲେ ମତ୍ସ୍ୟଜୀବୀ । ପରେ ଏହାକୁ ଉଦ୍ଧାର କରି ବୋଟରେ କୂଳକୁ ଆଣିଥିଲେ । ରକେଟଟି କୂଳରେ ଲାଗିବା ପରେ ଦେଖିବାକୁ ଲାଗିଥିଲା ଲୋକଙ୍କ ଭିଡ଼ ।


ବୁଧବାର ଚାନ୍ଦିପୁର ପ୍ରତିରକ୍ଷା ବିଭାଗରୁ ମଲ୍ଟି ବେରେଲ ରକେଟ ଲଞ୍ଚର ‘ପିନାକ’ର ସଫଳ ପରୀକ୍ଷଣ କରାଯାଇଥିଲା । ଏକାଧିକ ରକେଟ ଲଞ୍ଚର ୪୮ ସେକେଣ୍ଡରେ ୬ ଟି ରକେଟ୍ ନିକ୍ଷେପ କରାଯାଇଥିଲା । ‘ପିନାକ’ ସର୍ବାଧିକ ଦୂରତା ଅତିକ୍ରମ କରିଥିଲା । ମତ୍ସ୍ୟଜୀବୀମାନେ ଉଦ୍ଧାର କରିଥିବା ରକେଟଟି ବୁଧବାର ପରୀକ୍ଷଣ ହୋଇଥିବା ରକେଟର ଅଂଶବିଶେଷ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ