Masthead

ଶିକ୍ଷକ ଅଭାବ, ସ୍କୁଲ ଗେଟରେ ତାଲା ପକାଇଲେ ଛାତ୍ରଛାତ୍ରୀ

ବାହାନଗା (ବଡ଼ ଖବର ବ୍ୟୁରୋ); ବିଦ୍ୟାଳୟର ଶିକ୍ଷକ ଅଭାବ ନେଇ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଶତାଧିକ ଛାତ୍ରଛାତ୍ରୀ। ଘଟଣା ଅନୁସାରେ ରେମୁଣା ବ୍ଲକ ଖନ୍ତାପଡ଼ା ଥାନା ଅଧୀନ କୁଳିଗାଁ ପଞ୍ଚାୟତ ଗମ୍ଭାରୀଆ ଗ୍ରାମରେ ଥିବା ନବକୁମାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ ଦିନରୁ ଶିକ୍ଷକ ଅଭାବ ନେଇ ବାରମ୍ବାର ଜିଲ୍ଲା ଶିକ୍ଷା ବିଭାଗରେ ଅବଗତ କରାଇଥିଲେ। ମାତ୍ର ଏ ପର୍ଯ୍ୟନ୍ତ ଶିକ୍ଷକ ନିଯୁକ୍ତି ହୋଇପାରିନାହିଁ।

ଏଥି ନେଇ ଆଜି ଉକ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଭିଭାବକ ଏବଂ ଏସଏମସି କମିଟିର ସଦସ୍ୟମାନେ ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଦୀର୍ଘ ଦିନ ହେବ ଶିକ୍ଷକ ନିଯୁକ୍ତି ନହେବାରୁ ଆଜି ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଉଗ୍ରରୂପ ଦେଖିବାକୁ ମିଳିଥିଲା । ଘଟଣା ବାବଦରେ ଅତିରିକ୍ତ ସହ ଶିକ୍ଷା ଅଧିକାରୀ ବଳରାମ ନାୟକ ଓ କ୍ଲଷ୍ଟର ସିଆରସିସି ସଞ୍ଜୟ ସ୍ୱାଇଁ ବିଦ୍ୟାଳୟ ପରିସରରେ ପହଞ୍ଚି ଅଭିଭାବକଙ୍କୁ ବୁଝାସୁଝା କରି ଆସନ୍ତା ୧୫ ତାରିଖ ସୁଧା ନୂତନ ଶିକ୍ଷକ ବିଦ୍ୟାଳୟକୁ ଯୋଗାଇ ଦେବାର ପ୍ରତିଶ୍ରୁତି ଦେବାପରେ ଧାରଣା ପ୍ରତିହୃତ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ