ଡାକ୍ତରଖାନାରେ ନିଆଁ

ବାହାନଗା (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିଛି । ଅପରେସନ ଥିଏଟରରେ ଲାଗିଥିବା ଏସିରୁ ବିଦ୍ୟୁତ ସର୍ଟ ସାର୍କିଟ ହେବା ଫଳରେ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଫଳରେ ଡାକ୍ତରଖାନା ଓଟିରେ ଧୂଆଁରେ ଭର୍ତ୍ତି ହୋଇଯାଇଥିଲା। ଡାକ୍ତରଖାନରେ ଥିବା ଅଗ୍ନି ନିର୍ବାପକ ଯନ୍ତ୍ର ସାହାଯ୍ୟରେ ନିଆଁକୁ ଆୟତ୍ତ କରାଯାଇଛି । ଖବର ପାଇ ବାହାନଗା ଅଗ୍ନିଶମ ବାହିନୀର ୨ଟି ଦମକଳ ଘଟଣାସ୍ଥଳରେ ପହଞ୍ଚିଥିଲା । ଏହି ଅଗ୍ନିକାଣ୍ଡରେ କୌଣସି ରୋଗୀ କିମ୍ବା ଡାକ୍ତରଖାନା କର୍ମଚାରୀଙ୍କର କୌଣସି କ୍ଷତି ଘଟି ନଥିବା କୁହାଯାଇଛି । ତେବେ କର୍ମଚାରୀଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଏକ ବଡ ଅଘଟଣକୁ ଏଡାଇ ଦିଆଯାଇପାରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’