Masthead

ବାହାନଗା ଟ୍ରେନ ଟ୍ରାଜେଡି, ଷ୍ଟେସନ ମାଷ୍ଟରଙ୍କୁ ସିବିଆଇର ସମନ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡିରେ ସିବିଆଇର ସମନ । ଷ୍ଟେସନ ମାଷ୍ଟରଙ୍କୁ ସମନ କରିଛି ସିବିଆଇ । ଭୁବନେଶ୍ୱର ସିବିଆଇ ଅଫିସରେ ହାଜର ହେବାକୁ ସମନ କରାଯାଇଛି । ପୂର୍ବରୁ ୩ଜଣଙ୍କୁ ଗିରଫ କରି ଜେରା କରୁଛି ସିବିଆଇ । ଗିରଫ ରେଳ କର୍ମଚାରୀମାନେ ହେଲେ, ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାନ୍ ଏବଂ ଟେକ୍ନିସିଆନ ପପୁ କୁମାର ।

୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରୁଛି ସିବିଆଇ । ତିନି ଜଣଙ୍କ ବିରୋଧରେ ଆଇପିସି ଧାରା ୩୦୪ ଏବଂ ୨୦୧ ଲାଗିଛି । ଦୁର୍ଘଟଣା କେମିତି ହେଲା? ସିଗନାଲରେ କାହିଁକି ତ୍ରୁଟି ଦେଖା ଦେଇଥିଲା? ଦୁର୍ଘଟଣା ପଛରେ କିଛି ଷଡ଼ଯନ୍ତ୍ର ରହିଛି କି? ନା ଅବହେଳାରୁ ଦୁର୍ଘଟଣା ଘଟିଛି । କାରଣ ଖୋଜୁଛି ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ