Masthead

ଆଜି ଜନ୍ମବେଦି ଛାଡ଼ି ଶ୍ରୀମନ୍ଦିର ବାହୁଡ଼ିବେ ମହାପ୍ରଭୁ

ପୁରୀ (ବଡ଼ ଖବର ବ୍ୟୁରୋ):  ଜନ୍ମବେଦୀରୁ ରତ୍ନବେଦୀକୁ ଆଜି ବାହୁଡିବେ ମହାପ୍ରଭୁ ଜଗନ୍ନାଥ, ବଡ଼ଠାକୁର ବଳଭଦ୍ର ଓ ଦେବୀ ସୁଭଦ୍ରା । ସକାଳୁ ଚାଲିଛି ବାହୁଡ଼ା ନୀତିକାନ୍ତି । ଶରଧାବାଲିରେ ମହାପ୍ରଭୁଙ୍କୁ ଅପେକ୍ଷା କରିଛନ୍ତି ରଥତ୍ରୟ । ତେବେ ଏହା ପୂର୍ବରୁ ଜନ୍ମବେଦିରୁ ଶେଷ ଦର୍ଶନ ଭାବେ ନବମୀ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧା ବିଗ୍ରହ। ଲକ୍ଷାଧିକ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ନବମୀ ଦର୍ଶନ କରିଛନ୍ତି। ଏଥିପାଇଁ ଗତକାଲି ବଡ଼ଦାଣ୍ଡରେ ଭାବପୂର୍ଣ୍ଣ ପରିବେଶ ଦେଖିବାକୁ ମିଳିଥିଲା। ଲକ୍ଷାଧିକ ସଂଖ୍ୟାରେ ଭକ୍ତ ମେଡିକାଲ୍‌ ଛକରୁ ଧାଡ଼ିରେ ରହି ମହାପ୍ରଭୁଙ୍କ ଶେଷ ଆଡ଼ପମଣ୍ଡପ ଦର୍ଶନର ସୌଭାଗ୍ୟ ଅର୍ଜିଛନ୍ତି। ପରମ୍ପରା ଅନୁସାରେ ଗୁଣ୍ଡିଚା ମନ୍ଦିରରେ ସମସ୍ତ ନୀତିକାନ୍ତି ପରେ ଦିନ ୧୨ଟାରେ ପହଣ୍ଡି ଆରମ୍ଭ ହେବ ।

ବାହୁଡ଼ା ପହଣ୍ଡି ଶେଷ ହେବା ପରେ ସାଢ଼େ ୨ଟାରୁ ସାଢ଼େ ୩ ମଧ୍ୟରେ ଛେରାପହଁରା ନୀତି ଅନୁଷ୍ଠିତ ହେବ । ଏହାପରେ ଚାରମାଳ ଫିଟିବା ଓ ଘୋଡ଼ାଲାଗି କାର୍ଯ୍ୟ ସମ୍ପନ୍ନ ହେବ । ଅପରାହ୍ନ ୪ଟାରେ ରଥଟଣା ପାଇଁ ସମୟ ଧାର୍ଯ୍ୟ ହୋଇଛି । ରଥଟଣା ସରିବା ପରେ ରଥ ଉପରେ ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତିକାନ୍ତି ସମ୍ପନ୍ନ ହେବ। ବାହୁଡ଼ା ନୀତିକାନ୍ତିକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ସମସ୍ତ ବ୍ୟବସ୍ଥା କରାଯାଇଛି । ସେପଟେ ବାହୁଡ଼ା ଯାତ୍ରାରେ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଭକ୍ତଙ୍କ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ