Masthead

ନନ୍ଦିଘୋଷ ରଥର ଚାଲିଛି ଦକ୍ଷିଣ ମୋଡ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜ୍ଞାମାଳ ଆସିବା ପରେ ନନ୍ଦିଘୋଷ ରଥର ଚାଲିଛି ଦକ୍ଷିଣ ମୋଡ଼ । ନନ୍ଦିଘୋଷ ରଥକୁ ନାକଚଣା ଦ୍ୱାରରକୁ ନିଆଯାଉଛି । ଗତକାଲି ଦର୍ପଦଳନ ଓ ତାଳଧ୍ୱଜ ରଥର ହୋଇଛି ଦକ୍ଷିଣ ମୋଡ । ସେପଟେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲାଣି ବାହୁଡା ପ୍ରସ୍ତୁତି । ଜନ୍ମବେଦୀରୁ ପୁଣିଥରେ ରତ୍ନବେଦୀକୁ ଫେରିବେ ଚତୂର୍ଦ୍ଧାମୂର୍ତ୍ତି । ଅନ୍ୟପଟେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ଆଡ଼ପ ମଣ୍ଡପ ଦର୍ଶନ।

ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରି ଚାରି ମୂରତିଙ୍କ ଦଶର୍ନ କରିବା ସହ ନାକଚଣା ଦ୍ବାର ଦେଇ ପ୍ରସ୍ତାନ କରୁଛନ୍ତି । ୧୫ ତାରିଖରେ ବାହୁଡା ଥିବା ବେଳେ ଆସନ୍ତକାଲି ସଂଧ୍ୟା ପର୍ଯ୍ୟନ୍ତ ଆଡପ ମଣ୍ଡପରେ ଦର୍ଶନର ସୁଯୋଗ ପାଇବେ ଶ୍ରଦ୍ଧାଳୁ । ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ବେଶ ଭିଡ଼ ପରିଲିକ୍ଷିତ ହେଉଛି । ମାଉସୀ ମା ମନ୍ଦିରରେ ପୋଡ଼ପିଠାର ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି । ବାହୁଡାଯାତ୍ରା ସମୟରେ ମହାପ୍ରଭୁ ମାଉସୀଙ୍କ ହାତରୁ ପୋଡ଼ ପିଠା ଖାଇ ଶ୍ରୀମନ୍ଦିର ଫେରିବାର ପରମ୍ପରା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ 🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ 🔴 ଦେଶ ପାଳୁଛି ୭୯ତମ ସ୍ୱାଧୀନତା ଦିବସ 🔴 ପ୍ରଣବଙ୍କ ଭାଇ ନାଁରେ ଅନାସ୍ଥା 🔴 ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ 🔴 ଭିସୁଟ୍‌ର ଡ୍ରେସ୍ କୋଡ୍‌, ଛାତ୍ରୀଙ୍କୁ ଦୁପଟା ମନା 🔴 ସାପ କାମୁଡ଼ାରେ ୪ଜଣଙ୍କ ମୃତ୍ୟୁ 🔴 ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା 🔴 ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖାଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ 🔴 ଆଜି ବସିବ ରାଜ୍ୟ କ୍ୟାବିନେଟ 🔴 ଶ୍ରୀମନ୍ଦିର ଉଡ଼େଇଦେବାକୁ ଧମକ! 🔴 ୟୁଥ୍‌ ଫର୍ ସୋସିଆଲ୍‌ ଡେଭଲପମେଣ୍ଟ ପକ୍ଷରୁ ଆନ୍ତର୍ଜାତୀୟ ଯୁବ ଦିବସ ପାଳିତ