Masthead

ନନ୍ଦିଘୋଷ ରଥର ଚାଲିଛି ଦକ୍ଷିଣ ମୋଡ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜ୍ଞାମାଳ ଆସିବା ପରେ ନନ୍ଦିଘୋଷ ରଥର ଚାଲିଛି ଦକ୍ଷିଣ ମୋଡ଼ । ନନ୍ଦିଘୋଷ ରଥକୁ ନାକଚଣା ଦ୍ୱାରରକୁ ନିଆଯାଉଛି । ଗତକାଲି ଦର୍ପଦଳନ ଓ ତାଳଧ୍ୱଜ ରଥର ହୋଇଛି ଦକ୍ଷିଣ ମୋଡ । ସେପଟେ ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲାଣି ବାହୁଡା ପ୍ରସ୍ତୁତି । ଜନ୍ମବେଦୀରୁ ପୁଣିଥରେ ରତ୍ନବେଦୀକୁ ଫେରିବେ ଚତୂର୍ଦ୍ଧାମୂର୍ତ୍ତି । ଅନ୍ୟପଟେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଚାଲିଛି ଆଡ଼ପ ମଣ୍ଡପ ଦର୍ଶନ।

ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ କରି ଚାରି ମୂରତିଙ୍କ ଦଶର୍ନ କରିବା ସହ ନାକଚଣା ଦ୍ବାର ଦେଇ ପ୍ରସ୍ତାନ କରୁଛନ୍ତି । ୧୫ ତାରିଖରେ ବାହୁଡା ଥିବା ବେଳେ ଆସନ୍ତକାଲି ସଂଧ୍ୟା ପର୍ଯ୍ୟନ୍ତ ଆଡପ ମଣ୍ଡପରେ ଦର୍ଶନର ସୁଯୋଗ ପାଇବେ ଶ୍ରଦ୍ଧାଳୁ । ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ପରିସରରେ ବେଶ ଭିଡ଼ ପରିଲିକ୍ଷିତ ହେଉଛି । ମାଉସୀ ମା ମନ୍ଦିରରେ ପୋଡ଼ପିଠାର ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି । ବାହୁଡାଯାତ୍ରା ସମୟରେ ମହାପ୍ରଭୁ ମାଉସୀଙ୍କ ହାତରୁ ପୋଡ଼ ପିଠା ଖାଇ ଶ୍ରୀମନ୍ଦିର ଫେରିବାର ପରମ୍ପରା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ