Masthead

ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିରକୁ ଫେରିବେ କାଳିଆ ସାଆନ୍ତ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ବାହୁଡା ଯାତ୍ରା । ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିରକୁ ଫେରିବେ କାଳିଆ ସାଆନ୍ତ । ସେପଟେ ଅଧୀର ହେଲେଣି ସାଆନ୍ତାଣି । ଅପେକ୍ଷା ପ୍ରଭୁଙ୍କ ଆଗମନଙ୍କୁ ।  ଜନ୍ମବେଦୀରୁ ରତ୍ନ ସିଂହାସନକୁ ଯିବେ ଠାକୁର । ଆରମ୍ଭ ହେଲାଣି ଶ୍ରୀଜିଉଙ୍କ ନୀତିକାନ୍ତି । ନାକଚଣା ଦ୍ୱାରରେ ଲଗିିସାରିଛି ତିନି ରଥ । ବାହାଡ଼ାଯାତ୍ରାକୁ ନେଇ ପ୍ରଶାସନ ତରଫରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରାତିରେ ତିନି ରଥରେ ଚାରମାଳ ବନ୍ଧା କାମ ସରିଛି। ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାକୁ ସଫଳ କରିବାକୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ବାହୁଡାଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ସହ ହଜାରେ ପୁଲିସ ଅଧିକାରୀ ମୁତୟନ ରହିଛନ୍ତି । ନବଦିନାତ୍ମକ ଯାତ୍ରା ଶେଷ କରି ଫେରୁଥିବାରୁ ବାହୁଡା ଯାତ୍ରା ଦେଖିବାକୁ ପୁରୀରେ ଭକ୍ତଙ୍କ ଗହଳି ବଢୁଛି । ସେପଟେ ବାହୁଡ଼ା ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ମଧ୍ୟାହ୍ନ ୧୨ଟାରେ ପହଣ୍ଡି ଆରମ୍ଭ ହେବ। ସାଢ଼େ ୨ଟା ସୁଦ୍ଧା ପହଣ୍ଡି ଶେଷପରେ ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ ବୋଲି ନୀତି ନିର୍ଘଣ୍ଟ ହୋଇଛି । ତଥାପି ନୀତି ନିର୍ଘଣ୍ଟର ବହୁପୂର୍ବରୁ ପହଣ୍ଡି ଓ ରଥଟଣା ଆରମ୍ଭ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ